ଓଡିଶା

ଆସନ୍ତା ୨୪ ଘଣ୍ଟାରେ ୧୦  ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

(ଭୁବନେଶ୍ୱର) : ରାଜ୍ୟରେ  ଆଗାମୀ ତିନି ଦିନ ପର୍ଯ୍ୟନ୍ତ କିଛି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି । ଏହା ସହିତ ଆସନ୍ତା ୨୪  ଘଣ୍ଟା ମଧ୍ୟରେ ୧୦  ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି । ଏ ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ।

ସୂଚନାନୁଯାୟୀ , ମଙ୍ଗଳବାର ଅପରାହ୍ନ ସୁଦ୍ଧା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି । ଏହି ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।  ମୌସୁମୀ ନିମ୍ନ ଚାପ-ରେଖା ଆଜି (ସୋମବାର) ତାର ସାଧାରଣ ଅବସ୍ଥାନ ଠାରୁ ଉତ୍ତରରେ ପଞ୍ଜାବର ଅମୃତସର ଠାରୁ ବାହାରି କର୍ଣ୍ଣଲ, ବରେଲୀ, ଗୋରଖପୁର, ଭାଗଲପୁର ମଧ୍ୟ ଦେଇ ପଶ୍ଚିମବଙ୍ଗର ମାଲଦାରୁ ପୂର୍ବ ଦିଗରେ ମଣିପୁର ଯାଏଁ ଲମ୍ବିଛି ।

Related posts

CAPF କନଷ୍ଟେବଲ ପାଇଁ ହେବ ଆଞ୍ଚଳିକ ଭାଷାରେ ପରୀକ୍ଷା

mahabharatanews

ନିମ୍ନମାନର ରାସ୍ତା ନିର୍ମାଣ କାର୍ଯ୍ୟକୁ ବନ୍ଦ ନିର୍ଦ୍ଦେଶ ଦେଲେ ଜଳସମ୍ପଦ ବିଭାଗ ନିବାର୍ହୀ ଯନ୍ତ୍ରୀ

mahabharatanews

ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା

mahabharatanews