ଓଡିଶା

ଆଗାମୀ ୩ ଦିନ ବର୍ଷା ସମ୍ଭାବନା; ୧୧ ଜିଲ୍ଲାକୁ ଓ୍ଵାର୍ଣ୍ଣିଂ ଜାରି

(ଭୁବନେଶ୍ୱର): ମୌସୁମୀ ପ୍ରଭାବରେ ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ନେଇ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

ସୂଚନାନୁଯାୟୀ,ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୯ ଅଗଷ୍ଟ, ବୁଧବାର ଅପରାହ୍ନ ସୁଦ୍ଧା ରାଜ୍ୟର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ନୟାଗଡ଼, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ପ୍ରଭୃତି ୧୧ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବାରୁ ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Related posts

ରାଜ୍ୟରେ ହେବ ୨୦ଟି ସାଇନ୍ସ ପାର୍କ : ରାଜ୍ୟ ସରକାର ବହନ କରିବେ ସମସ୍ତ ଖର୍ଚ୍ଚ 

mahabharatanews

ଟ୍ରୋଲ ପାଇଁ ବାଟ ଫିଟାଇଲେ ଜାଗୃତି

mahabharatanews

ବିଶ୍ୱପ୍ରସିଦ୍ଧ ରଥଯାତ୍ରା: ଅପେକ୍ଷା ଆଉ ମାତ୍ର ୪ ଦିନ  

mahabharatanews