ଓଡିଶା

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି; ୫ ଘଣ୍ଟା ସାଧାରଣ ଦର୍ଶନ ମନା

(ପୁରୀ) : ଆଜି ହେବ ମହାପ୍ରଭୁଙ୍କ ବନକଲାଗି ନୀତି। ଏଥିପାଇଁ ସଂଧ୍ୟା ୬ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ। ଏକ ମାସ ପରେ ପରେ ଶ୍ରୀଜିଉଙ୍କ ବନକଲାଗି ନୀତି କରାଯିବ। ଶ୍ରୀବିଗ୍ରହଙ୍କ ବନକଲାଗିକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ଓ ଦତ୍ତ ମହାପାତ୍ର ନିଯୋଗ ମଧ୍ୟରେ ବିବାଦ ଲାଗିରହିଥିଲା। ଏହି ବିବାଦ କାରଣରୁ ନୀଳାଦ୍ରି ବିଜେଠାରୁ ମହାପ୍ରଭୁଙ୍କ ବନକଲାଗି ଅଟକି ରହିଥିଲା।  ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାନୁଯାୟୀ , ଦତ୍ତମହାପାତ୍ର ନିଯୋଗ, ପରିଚାଳନା କମିଟି ସଦସ୍ୟ, ଦଇତାପତି ନିଯୋଗ ସହ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ଜିଲ୍ଲାପାଳଙ୍କ ଆଲୋଚନା ପରେ ବନକଲାଗି ନୀତି କରିବାକୁ ନିଷ୍ପତ୍ତି ନିଆଯାଇଛି। ବହୁ ବାଦ ବିବାଦ ପରେ ଆସନ୍ତାକାଲି ହେବ ଶ୍ରୀଜିଉଙ୍କ ବନକଲାଗି ନୀତି। ଦ୍ୱିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବା ପରେ ଏହି ନୀତି କରାଯିବ।

Related posts

ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧିକୁ ନେଇ କଂଗ୍ରେସ କରିବ ପ୍ରତିବାଦ

mahabharatanews

ବିଜେଡିର ବ୍ରଜରାଜନଗର ଉପନିର୍ବାଚନ ପ୍ରାର୍ଥୀ ହେଲେ ଅଳକା ମହାନ୍ତି

mahabharatanews

 ବିଶ୍ବପ୍ରସିଦ୍ଧ ଐତିହାସିକ ବାଲିଯାତ୍ରା; ୩୦ରୁ ପଞ୍ଜିକରଣ 

mahabharatanews