ଓଡିଶା

ଆଗାମୀ ୩ ଦିନ କାଳବୈଶାଖୀ ସମେତ ବଜ୍ରପାତ ସମ୍ଭାବନା

(ଭୁବନେଶ୍ୱର) : ମୌସୁମୀ ପ୍ରଭାବରେ ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ନେଇ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

 

 ସୂଚନା ଅନୁଯାୟୀ,  ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୨ ଅଗଷ୍ଟ, ଶନିବାର ଅପରାହ୍ନ ସୁଦ୍ଧା ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ପ୍ରଭୃତି ଉପକୂଳ ଓ ପଶ୍ଚିମ ଓଡ଼ିଶାର ୧୮ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହଛିି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

 

 

 

Related posts

ରାଜ୍ୟରେ ବର୍ଷାର ସମ୍ଭାବନା 

mahabharatanews

ଲୋକଙ୍କ ପାଇଁ କାମ କଲେ ଥକ୍କା ଲାଗେନି

mahabharatanews

ରାଜ୍ୟରେ ବର୍ଷା; ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 

mahabharatanews