ଓଡିଶା

ସୃଷ୍ଟି ହେଉଛି ଏକ ଲଘୁଚାପ 

(ଭୁବନେଶ୍ୱର) ; ଅଗଷ୍ଟ ୧୮ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ଉତ୍ତର ବଙ୍ଗୋପସାଗରରେ ୧୮ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ତେଣୁ ଅଗଷ୍ଟ ୧୭(ଗୁରୁବାର)ଠାରୁ ୩ ଦିନ ଯାଏ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସୂଚନାନୁଯାୟୀ ,  ସମ୍ୱଲପୁର, ସୁବର୍ଣ୍ଣପୁର, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ଅନୁଗୁଳ, ଗଞ୍ଜାମ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ଏବଂ ବୌଦ୍ଧ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ୧୯ ତାରିଖରେ ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Related posts

ଲଗାଣ ବର୍ଷାରେ ମାଲକାନଗିରି ଜିଲ୍ଲାରେ ବନ୍ୟା ପରିସ୍ଥିତି, ପୋଲ ଉପରେ ୪ଫୁଟ ପାଣି

mahabharatanews

ରାଜଧାନୀରେ ହତ୍ୟା ; ସ୍ୱାମୀ ମୃତ , ସ୍ତ୍ରୀ ଗୁରୁତର

mahabharatanews

ଲଗାଣ ବର୍ଷାରେ ବେହାଲ ନବରଙ୍ଗପୁର ସହର

mahabharatanews