(ଭୁବନେଶ୍ୱର) : ଲଘୁଚାପ ବର୍ଷାରେ ଆଗାମୀ ୧୨ ଘଣ୍ଟାରେ ସୃଷ୍ଚି ହେବ ଲଘୁଚାପ । ବର୍ତ୍ତମାନ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଫଳରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି । ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ରାଜ୍ୟରେ ବର୍ଷାର ପରିମାଣ ଓ ବିସ୍ତୃତି ବଢ଼ିବ । ସୃଷ୍ଚି ହେବାକୁ ଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ କେତେକ ଜିଲ୍ଲାରେ ଆଜି ଓ ଆସନ୍ତାକାଲି ପ୍ରବଳବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ଗୋଟିଏ ଓ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ସୂଚନାନୁଯାୟୀ , ଆଜି ପୁରୀ, ଖୋର୍ଦ୍ଧା, କଟକ, ଅନୁଗୁଳ ଓ ସମ୍ବଲପୁର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାର କିଛି ସ୍ଥାନରେ ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । କାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ସତର୍କତା ଜାରି ହୋଇଛି । ଏହି ସମୟରେ ୧୨୦ ରୁ ୧୫୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଲଘୁଚାପ ପ୍ରଭାବରେ ୧୭ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, ବଲାଙ୍ଗିର, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।