ଓଡିଶା

ରାଜ୍ୟରେ ଦିନତମାମ୍‌ ବର୍ଷା ଜାରି; ଅରେଞ୍ଜ ୱାର୍ଣ୍ଣିଂ ଜାରି

(ଭୁବନେଶ୍ୱର) : ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରର ସମାନ ଅଞ୍ଚଳରେ ଗତ ରାତି ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପ୍ରଭାବରେ ରାଜ୍ୟରେ ଦିନତମାମ୍‌ ବର୍ଷା ଜାରି ରହିଥିବା ବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଯାଇଛି।  ଶୁକ୍ରବାର ରାଜ୍ୟର ବିଭିନ୍ନ ସ୍ଥାନ ଯଥା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର ଓ ନୂଆପଡ଼‌ା ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏଣୁ ଏହି ୭ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ସୂଚନାନୁଯାୟୀ ,ଆସନ୍ତାକାଲି ଗଜପତି, ଗଞ୍ଜାମ, ରାୟଗଡ଼ା, ଖୋର୍ଧା, ପୁରୀ, ନୟାଗଡ଼, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୯ ତାରିଖ ଦିନ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ। ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଣୁ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

 

Related posts

ମୋ ସରକାରରେ ସାମିଲ ହେବ କୋଭିଡ୍‌ ପରିଚାଳନା

mahabharatanews

ଆଦିତ୍ୟ ଦାଶଙ୍କ ମୃତ୍ୟୁ ଘଟଣାର ତଦନ୍ତ ଦାବି କଲା ହିଞ୍ଜିଳିକାଟୁ ତ୍ରିରଙ୍ଗା ଯୁବସେବା ସଂଘ

mahabharatanews

୧୦ ଜିଲାକୁ ଅରେଞ୍ଜ ଓ ୭ ଜିଲ୍ଲାକୁ ଏଲୋ ୱାରିଂ ଜାରି

mahabharatanews