ଓଡିଶା

ଘୂର୍ଣ୍ଣିବଳୟ ପ୍ରଭାବ;  ୧୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

(ଭୁବନେଶ୍ୱର) :  ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଶନିବାର ମଧ୍ୟ ଲଘୁଚାପର ପ୍ରଭାବ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ନୂଆପଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, ‌‌ଖୋର୍ଧା, କଟକ, ପୁରୀ, ମୟୂରଭଞ୍ଜ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ବର ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

ସୂଚନାନୁଯାୟୀ ,ହିମାଳୟର ପାଦଦେଶରେ ଅବସ୍ଥାନ କରୁଥିବା ବେଳେ ଏହାର ପୂର୍ବ ଭାଗ ଉତ୍ତରପ୍ରଦେଶର ଗୋରଖପୁରରୁ ବାହାରି ଦେ‌ହରି, ରାଞ୍ଚି ମଧ୍ୟ ଦେଇ ଓଡ଼ିଶାର ବାଲେଶ୍ବରରୁ ଦକ୍ଷିଣ-ପୂର୍ବ ଦିଗରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ତତ୍‌ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ସକ୍ରିୟ ଲଘୁଚାପ କ୍ଷେତ୍ରର କେନ୍ଦ୍ର ଯାଏ ଲମ୍ବିଛି। ଫଳରେ ରାଜ୍ୟରେ ଏବେ କିଛି ଦିନ ବର୍ଷା ସମ୍ଭାବନା ରହୁଛି। ଶନିବାର ରାଜଧାନୀ ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳର ପାଗ ମେଘୁଆ ରହିବ।

Related posts

ଇଣ୍ଡୋନେସିଆରେ ବଡଧରଣର ଭୂକମ୍ପ ଝଟ୍‌କା ଅନୁଭୂତ

mahabharatanews

mahabharatanews

ସନ୍ଧ୍ୟା ୫ଟା ସୁଦ୍ଧା ବନ୍ଦ ହେବ ହୀରାକୁଦ ଡ୍ୟାମର ୧୨ଟି ଗେଟ

mahabharatanews