ଓଡିଶା

ବର୍ଷା ସମ୍ଭାବନା ; ୧୮ଜିଲ୍ଲାରେ ଓ୍ଵାର୍ଣ୍ଣିଂ ଜାରି

(ଭୁବନେଶ୍ୱର): ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନଥିଲେ ମଧ୍ୟ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓ ପଶ୍ଚିିମ ଓଡ଼ିଶାର ୧୮ଟି ଜିଲ୍ଲାରେ କାଳବେଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି ବୋଲି ଏକ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

ସୂଚନା ଅନୁଯାୟୀ,  ୨୨ ଅଗଷ୍ଟ ମଙ୍ଗଳବାର ଅପରାହ୍ନ ସୁଦ୍ଧା ରାଜ୍ୟର ୧୮ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଓ କନ୍ଧମାଳ ପ୍ରଭୃତି ୧୮ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Related posts

ବିଜେପିରେ ସାମିଲ ହେଲେ ଅରବିନ୍ଦ ଢାଲି 

mahabharatanews

ସୁରଟ ଫେରନ୍ତାକୁ ରାତ୍ରି ଯାପନ ପାଇଁ ମିଳିଲା ରାସ୍ତା କଡ

mahabharatanews

ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ବନାଇଲେ ରାକ୍ଷୀ ପୂର୍ଣ୍ଣିମା ପାଇଁ ରାକ୍ଷୀ

mahabharatanews