ଓଡିଶା

ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି 

(ପୁରୀ)  : ଆସନ୍ତାକାଲି ଶ୍ରୀଜିଉଙ୍କ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ । ବନକଲାଗି ନୀତି ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ । ବୁଧବାର ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ହେବ । ଏହି ନୀତି ପାଇଁ ଥିବା ସେବାୟତଙ୍କୁ ଦତ୍ତ ମହାପାତ୍ର କୁହାଯାଏ ।

ସୂଚାନନୁଯାୟୀ , ରାଜାଙ୍କ ସୁପରିଟେଣ୍ଡେଣ୍ଟଙ୍କ ତରଫରୁ ସାମଗ୍ରୀ ଯୋଗାଇ ଦିଆଯାଏ । ହିଙ୍ଗୁଳ, ହରିତାଳ, ଶଙ୍ଖ ୬ ଭରି ଲେଖାଏଁ, କେଶର ଓ କର୍ପୁର ଯୋଗାଇ ଦିଅନ୍ତି। ମହାସ୍ନାନ ପାଇଁ ପଂଚାମୃତ ଯୋଗାଇ ଦିଆଯାଇଥାଏ । ୭ ପ୍ରକାର ସେବକ ବନକଲାଗି ସେବା ସମ୍ପାଦନ କରିଥାନ୍ତି । ଏହା ତିନି ବାଡରେ ଲାଗି ହେବା ପରେ କର୍ପୁର ଲାଗି କରାଯାଇଥାଏ। ପୁଷ୍ପାଳକମାନେ ସିଂହାସନ ତଳକୁ ଓହ୍ଲାଇ କର୍ପୁର ଆଳତି କରିଥାନ୍ତି। ଏହା ପରେ ପାଳିଆ ପଢିଆରୀ ଜୟ ବିଜୟ ଦ୍ୱାର ବନ୍ଦ କରିଥାନ୍ତି। ଦତ୍ତ ମହାପାତ୍ର ସେବକ ବନକ ବାଟି ରୁପା ଷଢେଇରେ ରଖିଥାନ୍ତି। ୩ ଜଣ ଦତ୍ତ ସେବକ ବନକ ପେଡାରେ ବନକ ରଖି ବେହେରଣ ଦ୍ୱାର ଦେଇ ସିଂହାସନ ଉପରକୁ ଉଠନ୍ତି। ଗରାବଡୁଙ୍କଠାରୁ ହାତୁଆଣି ନେଇ ବନକଲାଗି ଆରମ୍ଭ ହୋଇଥାଏ । ପ୍ରାୟ ୨ ଘଣ୍ଟା ଧରି ବନକଲାଗି କରି ରତ୍ନ ସିଂହାସନରୁ ଓହ୍ଲାଇ ଆସନ୍ତି ଦତ୍ତ ସେବକ। ଏହା ପରେ ପାଳିଆ ମେକାପ ରତ୍ନ ସିଂହାସନକୁ ଖାଇଥାନ୍ତି ।

Related posts

ମାଲକାନଗିରିରେ ମା’ ନାକଟେଶ୍ୱରୀଙ୍କ ଯାତ୍ରା ଆରମ୍ଭ

mahabharatanews

ଗଛରୁ ଯୁବକଙ୍କ ଝୁଲନ୍ତା ଅବସ୍ଥାରେ ଗଳିତ ମୃତଦେହ ଉଦ୍ଧାର

mahabharatanews

ଶ୍ରୀମନ୍ଦିର ଚାରିଦ୍ବାର ଖୋଲିବା ନେଇ ଜିଲ୍ଲାପାଳଙ୍କୁ ଦାବି ପତ୍ର

mahabharatanews