ଓଡିଶା

ଆସନ୍ତାକାଲି ଶ୍ରୀମନ୍ଦିରରେ ପାଳିତ ହେବ ରକ୍ଷାବନ୍ଧନ ଉତ୍ସବ

(ପୁରୀ) : ଆସୁଛି ରାକ୍ଷୀ ପୂର୍ଣ୍ଣିମା । ପବିତ୍ର ଗହ୍ମାପୂର୍ଣ୍ଣିମାରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ବଡ଼ଠାକୁର ଶ୍ରୀବଳଭଦ୍ର ବି ସାନ ଭଉଣୀ ହାତରୁ ରାକ୍ଷୀ ବାନ୍ଧିବେ । କିନ୍ତୁ ବୁଧୁବାର ନୁହେଁ ଆସନ୍ତା ଗୁରୁବାର ଶ୍ରୀମନ୍ଦିରରେ ପାଳିତ ହେବ ରକ୍ଷାବନ୍ଧନ ଉତ୍ସବ ଓ ବଳଭଦ୍ର ଜନ୍ମ ।  ଆଉ ଏଥିପାଇଁ ପ୍ରସ୍ତୁତି ଜୋରସୋରରେ ଆଗେଇ ଚାଲିଛି । ଶ୍ରୀଜଗନ୍ନାଥଙ୍କ ପାଇଁ ଦୁଇଟି ଓ ବଳଭଦ୍ରଙ୍କର ଦୁଇଟି, ଏପରି ପାଇଁ ୪ଟି ରାଖୀ ପ୍ରସ୍ତୁତ ଚାଲିଛି ।

ସୂଚନାନୁଯାୟୀ ,  ନାଲି ଓ ହଳଦିଆ ରଙ୍ଗରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଇଁ ଓ ସବୁଜ ଓ ବାଇଗଣି ରଙ୍ଗରେ ବଡ଼ଠାକୁରଙ୍କ ପାଇଁ ରାଖୀ ପ୍ରସ୍ତୁତ ହେଉଛି । ସେହିଭଳି ଦୁଇ ଠାକୁରଙ୍କ ପାଇଁ ଦୁଇଟି ଲେଖାଏଁ ଚାରିଟି ଗୁଆମାଳ ବି ପ୍ରସ୍ତୁତ ଚାଲିଛି । ଶ୍ରୀମନ୍ଦିରରେ ବର୍ଷ ତମାମ ପାଳିତ ପର୍ବ ମଧ୍ୟରୁ ରକ୍ଷା ବନ୍ଧନର ବିଶେଷ ମହତ୍ବ ରହିଛି । ଗହ୍ମାପୂର୍ଣ୍ଣମୀ ଓ ବଳଭଦ୍ର ଜନ୍ମୋତ୍ସବ ପାଇଁ ଏହି ଦିନ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଥାଏ ।

 

 

Related posts

ଇଣ୍ଡିଗୋ ଏୟାରଲାଇନ୍ସ ବିରୋଧରେ ନେଇପାରନ୍ତି କଡ଼ା କାର୍ଯ୍ୟାନୁଷ୍ଠାନ ସରକାର

mahabharatanews

ବଙ୍ଗୀୟ ନବବର୍ଷ ପାଇଁ ଉତ୍ସବମୁଖର ଏମଭି-୭୯, ଧୁମଧାମରେ ପାଳିତ ପହିଲା ବୈଶାଖ

mahabharatanews

ଶ୍ରୀମନ୍ଦିରର ଦଇତାପତି ନିଯୋଗ ପକ୍ଷରୁ ଏକ ଲକ୍ଷ ୫୧ ହଜାର ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ଦାନ

mahabharatanews