ଓଡିଶା

ଟ୍ୱିନ୍ ସିଟିରେ ପ୍ରବଳ ବର୍ଷା, ଘରୁ ନବାହାରିବାକୁ ପରାମର୍ଶ  

(ଭୁବନେଶ୍ୱର) : ଟ୍ୱିନ୍ ସିଟିରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ଟ୍ୱିନ ସିଟିକୁ ସତର୍କତା ଜାରି କରାଯାଇଛି । ଦୁଇ ଘଣ୍ଟା ପାଇଁ ଭୁବନେଶ୍ୱର ଓ କଟକ ସହରକୁ ସତର୍କ ସୂଚନା ଦିଆଯାଇଛି । ସେହିପରି ଲୋକଙ୍କୁ ଘରୁ ନବାହାରିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

ସୂଚନାନୁଯାୟୀ,   ଆସନ୍ତାକାଲି ଉତ୍ତର ବଙ୍ଗୋପସାଗରରେ ହେବାକୁ ଥିବା ଘୁର୍ଣ୍ଣବଳୟ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଲଘୁଚାପର ପ୍ରଭାବରେ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଅନେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ସମ୍ଭାବ୍ୟ ବର୍ଷାକୁ ଦେଖି ରାଜ୍ୟର ୨୨ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Related posts

କାଳବୈଖାଖୀ ସମ୍ଭାବନା: ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

mahabharatanews

ମନୋଜ ଆହୁଜା ନୂଆ ମୁଖ୍ୟ ଶାସନ ସଚିବ

mahabharatanews

ଚିର ସ୍ମରଣୀୟ ଅକ୍ଷୟ ମହାନ୍ତି

mahabharatanews