ଓଡିଶା

ଆସନ୍ତା ୨୪ ଘଣ୍ଟା ଅତି ପ୍ରବଳ ବର୍ଷା; ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 

(ଭୁବନେଶ୍ୱର) : ଘୂଣ୍ଣିବଳୟ ସକ୍ରିୟ ରହିଛି। ଫଳରେ ଆଜି ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେଣୁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏହି ୩ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ସୂଚନାନୁଯାୟୀ, ସେହିଭଳି ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, ‌ସୁବର୍ଣ୍ଣପୁର ଓ ସମ୍ବଲପୁର ଆଦି ଜିଲ୍ଲାରେ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୬ ତାରିଖ ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, ନୂଆପଡ଼ା, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି ଓ ବଲାଙ୍ଗୀର ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୭ ତାରିଖ ଦିନ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି।

Related posts

୨୮ପର୍ଯ୍ୟନ୍ତ ଲାଗି ରହିବ ବର୍ଷା 

mahabharatanews

ଖଣି ବିଭାଗ ପକ୍ଷରୁ ଚୋରା ବାଲି ବୋଝେଇ ହାଇୱା ଜବତ୍

mahabharatanews

ଫେଲ ମାରିଛି ପାରାଦ୍ୱୀପ ବନ୍ଦର ପ୍ରଶାସନର ଟ୍ରାଫିକ ନିୟନ୍ତ୍ରଣ ଯୋଜନା

mahabharatanews