ଓଡିଶା

ରାଜ୍ୟରେ ବିସ୍ତୃତି ବର୍ଷାର ସମ୍ଭାବନା,ସତର୍କ ସୂଚନା ଜାରି 

(ଭୁବନେଶ୍ୱର) : ଘୂର୍ଣ୍ଣିବଳୟ ଆଜି ଗୁରୁବାର ମଧ୍ୟ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଆଜି ସକାଳ ବର୍ଷା ଲାଗିରହିଛି। କଟକ, ଅନୁଗୁଳ, କେନ୍ଦୁଝର, ଢେଙ୍କାନାଳ, ଦେବଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, ବୌଦ୍ଧ, କଳାହାଣ୍ଡି, ନୂଆପଡ଼ା ଓ ଯାଜପୁରର କେତେକ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ରାଜ୍ୟରେ ବିସ୍ତୃତି ବର୍ଷାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଜାରି ସତର୍କ ସୂଚନାରେ କହିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

ସୂଚନାନୁଯାୟୀ,ସେହିପରି ଏହି ସମୟ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବରଗଡ଼, ଦେବଗଡ଼, ଅନୁଗୁଳ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ହେତୁ ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Related posts

ରାଜଧାନୀରେ ଡେଙ୍ଗୁ ଆତଙ୍କ,  ୧୭୫ ଜଣ ପଜିଟିଭ୍ ଚିହ୍ନଟ 

mahabharatanews

ଜବରଦଖଲ ଜମିକୁ ଉଚ୍ଛେଦ ନେଇ ଗ୍ରାମବାସୀଙ୍କ ଦାବି

mahabharatanews

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ,୮ଜିଲ୍ଲାରେ  ୟେଲୋ ଓ୍ଵାର୍ଣ୍ଣିଂଜାରି

mahabharatanews