ଓଡିଶା

ଆଜି ବି ବର୍ଷା ସମ୍ଭାବନା;  ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି  

(ଭୁବନେଶ୍ୱର) :  ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଏଥିପାଇଁ ଆଜି ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ସହ ସର୍ତକତା ଜାରି କଲା ପାଣିପାଗ ବିଭାଗ ।  ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି । ଗତ ୬ ଦିନରେ ରାଜ୍ୟରେ ଭଲ ବର୍ଷା ରେକର୍ଡ ହୋଇଛି। ୧ରୁ ୭ ସେପ୍ଟେମ୍ବର ମଧ୍ୟରେ ରାଜ୍ୟରେ ୮୪.୬ ମିମି ବର୍ଷା ରେକର୍ଡ କରାଯାଇଛି।

ସୂଚନାନୁଯାୟୀ , ଆଜି ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କଟକ ଓ ଢେଙ୍କାନାଳ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହି ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।  ତେବେ ୯ରୁ ୧୧ ତାରିଖ ପର୍ଯ୍ୟନ୍ତ ମୌସୁମୀ ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ବର୍ଷା ହେଲେ ବି ଗରମ ଗୁଳୁଗୁଳି ଜାରି ରହିବ । ଲଘୁଚାପ ପ୍ରଭାବରେ ଗତ କିଛିଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଆଜି ମଧ୍ୟ କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।

Related posts

ଗ୍ରାମାଞ୍ଚଳ ଲୋକଙ୍କୁ ସହର ନ ଆସିବାକୁ ଗଞ୍ଜାମ ଜିଲ୍ଲାପାଳଙ୍କ ପରାମର୍ଶ

mahabharatanews

ନବରଙ୍ଗପୁର ସହିଦ ଯବାନଙ୍କୁ ପୁଷ୍ପମାଲ୍ୟା ଅର୍ପଣ

mahabharatanews

୩ ଯାଏଁ ପ୍ରବଳ ବର୍ଷା ସମ୍ଭାବନା,ୱାର୍ଣ୍ଣିଂ ଜାରି

mahabharatanews