ଓଡିଶା

୧୨ରୁ ବଢିବ ବର୍ଷା; କିଛି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି

(ଭୁବନେଶ୍ୱର): ୧୧ ଓ ୧୨ରେ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ୧୨ ତାରିଖରୁ ରାଜ୍ୟରେ ପୁଣି ବର୍ଷାର ବିସ୍ତୃତି ଓ ପରିମାଣ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସୂଚନାନୁଯାୟୀ , ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଗଞ୍ଜାମ, କନ୍ଧମାଳ, ଅନୁଗୁଳ, କଟକ, ନୟାଗଡ଼, କଳାହାଣ୍ଡି, ବୌଦ୍ଧ, ଗଜପତି, ରାୟଗଡ଼ା, ଢେଙ୍କାନାଳ, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାଜନିତ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Related posts

କଙ୍କରୋଡା ସାଇନ୍ସ କଲେଜ ବିଦ୍ୟାର୍ଥୀଙ୍କୁ ବିଦାୟ ସମ୍ବର୍ଦ୍ଧନା

mahabharatanews

ସମଲେଇ ଯୋଜନାର ଅଗ୍ରଗତି ସମୀକ୍ଷା କଲେ 5T ସଚିବ ଭି.କେ ପାଣ୍ଡିଆନ

mahabharatanews

କାର୍ ଧକ୍କାରେ ଚାଲିଗଲା ଯବାନଙ୍କ ଜୀବନ, ଅଭିଯୁକ୍ତ କାର ଡ୍ରାଇଭରକୁ ଗିରଫ କଲା ପୋଲିସ

mahabharatanews