ଓଡିଶା

ସରିଲା ଦେଶୀୟ ପକ୍ଷୀ ଗଣନା 

(ଭିତରକନିକା) : ବିଶ୍ବ ପ୍ରସିଦ୍ଧ ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଗଣନା ଶେଷ ହୋଇଛି। ଏ ବର୍ଷ ଦେଶୀୟ ପକ୍ଷୀଙ୍କ ସଂଖ୍ୟା ଗତ ବର୍ଷଠାରୁ ବୃଦ୍ଧି ପାଇଛି। ଗତବର୍ଷ ଭିତରକନିକାରେ ୧,୧୬,୦୭୦ ଦେଶୀୟ ପକ୍ଷୀ ଭିଡ ଜମାଇଥିବା ବେଳେ ଏ ବର୍ଷ ଏହି ସଂଖ୍ୟା ୧,୨୩,୮୬୭କୁ ବୃଦ୍ଧି ପାଇଛି।

ସୂଚନାନୁଯାୟୀ,  ଭିତରକନିକା ଇତିହାସରେ ପ୍ରଥମଥର ପାଇଁ ଜାତୀୟ ଉଦ୍ୟାନ ବାହାରେ ଦେଶୀୟ ପକ୍ଷୀଙ୍କ ଠିକଣା ଠାବ କରାଯିବା ସହ ତାର ଗଣନା କରାଯାଇଛି। ଏ ବର୍ଷ ଭିତରକନିକା ଜାତୀୟ ଉଦ୍ୟାନରେ ୧୦ ପ୍ରକାର ପକ୍ଷୀଙ୍କ ସମାଗମ ହୋଇଛି। ତେବେ ଜଳବାୟୁ ପରିବର୍ତ୍ତନ ଓ ବିଶ୍ବ ତାପନର ପ୍ରଭାବ ଯୋଗୁଁ ଭିତରକନିକାର ଜୈବ ବିବିଧତା ପ୍ରଭାବିତ ହୋଇଥିବାରୁ କ୍ରମାଗତ ଭାବେ ଭିତରକନିକା ଦେଶୀୟ ପକ୍ଷୀ ଠିକଣା ବଦଳାଇବାରେ ଲାଗିଛନ୍ତି।

 

Related posts

ପ୍ରବଳ ରୁ ଅତି ପ୍ରବଳ ବର୍ଷା ପାଇଁ ୨ ଦିନ ସ୍କୁଲ ବନ୍ଦ

mahabharatanews

ବଡଚଣା ବ୍ଲକ ପଞ୍ଚାୟତ ସ୍ତରରେ ଉପନିର୍ବାଚନର ଘୋଷଣା ହେଲା ଫଳାଫଳ

mahabharatanews

ସ୍କୁଲ କ୍ୟାମ୍ପସରେ ହାତୀ

mahabharatanews