ଓଡିଶା

 ପ୍ରବଳରୁ ଅତି ପ୍ରବଳ ବର୍ଷା; ୫ ଜିଲ୍ଲାକୁ ରେଡ୍‌ ଓ୍ଵାର୍ଣ୍ଣିଂ ଜାରି 

(ଭୁବନେଶ୍ୱର) :  ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଚିହ୍ନିତ ହୋଇ ଆସନ୍ତା ୩ ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶା ଓ ଦକ୍ଷିଣ ଛତିଶଗଡ଼ ଦେଇ ଗତି କରିବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଜାରି ସତର୍କ ସୂଚନାରେ କହିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର। ଫଳରେ ଆସନ୍ତା ୪ ଦିନ ମଧ୍ୟରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।

ସୂଚନାନୁଯାୟୀ, ଏହି ସମୟ ମଧ୍ୟରେ କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ସୋନପୁର ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଲାଲ୍‌ ଚେତାବନୀ ବା ରେଡ୍‌ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ସମ୍ବଲପୁର, ନୟାଗଡ଼, କଟକ, ଅନୁଗୁଳ ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ରୁ ୨୦ ସେମି) ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ କମଳା ଚେତାବନୀ ବା ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Related posts

ବୋଟରେ ଅଗ୍ନିକାଣ୍ଡ ଘଟି ବୁଡିଗଲା ଟ୍ରଲର,

mahabharatanews

 କାର୍ତ୍ତିକ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ସୁନାବେଶ 

mahabharatanews

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ

mahabharatanews