(ଭୁବନେଶ୍ୱର) : ମ୍ୟାଲେରିଆ, ଡେଙ୍ଗୁ ପରେ ଏବେ ରାଜ୍ୟରେ ଚିନ୍ତା ବଢାଇଛି ସ୍କ୍ରବ୍ ଟାଇଫସ୍ । ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହି କୀଟ ଆକ୍ରମଣରେ ଲୋକଙ୍କ ମୃତ୍ୟୁ ମଧ୍ୟ ହେଉଛି । ବର୍ତ୍ତମାନ ସୁଦ୍ଧା ଏହି କୀଟ ଆକ୍ରମଣରେ ୬ ଜଣଙ୍କର ଜୀବନ ଗଲାଣି ।
ସ୍କ୍ରବ୍ ଟାଇଫସ ଓ ଲେପଟୋସ୍ପାଇରୋସିଶ ପ୍ରତିକାର ପାଇଁ ସମସ୍ତ CDMO ଓ ହସ୍ପିଟାଲ ନିର୍ଦ୍ଦେଶକଙ୍କୁ ଚିଠି ଲେଖିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର । ରୋଗୀ ସଂଖ୍ୟା ବଢ଼ୁଥିବାରୁ ସମସ୍ତ DPHLରେ ଟେଷ୍ଟ ଓ ପର୍ଯ୍ୟାପ୍ତ ଟେଷ୍ଟିଂ କିଟ ମହଜୁଦ ରଖିବାକୁ ନିର୍ଦେଶ ଦିଆଯାଇଛି । ଏ ନେଇ ଡାକ୍ତରମାନଙ୍କୁ ସଚେତନ କରାଯିବ । ଶୀଘ୍ର ଚିହ୍ନଟ ଓ ଜନସାଧାରଣଙ୍କୁ ସଚେତନତା ପାଇଁ ପଦକ୍ଷେପ ନିଆଯିବ । ସବୁଠି ସର୍ଭେଲାନସ ବୃଦ୍ଧି କରାଯିବ । ହସ୍ପିଟାଲରେ ପର୍ଯ୍ୟାପ୍ତ ଔଷଧ ଓ ଆଣ୍ଟିବାୟୋଟିକସ ମହଜୁଦ ପାଇଁ ନିର୍ଦେଶ ରହିଛି । ମୃତ୍ୟୁ ଗୁଡିକର ସଠିକ ଭାବେ ତଦନ୍ତ ସହ ନିୟନ୍ତ୍ରଣ ପାଇଁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହି ରୋଗ ସାଧବାଣି ପୋକରୁ ହେଉଛି । ତେବେ ମୂଷା ହେଉଛି ଏହାର ପ୍ରାଥମିକ ବାହକ । ଯଦି ସାଧବାଣି ପୋକ ମୂଷାକୁ କାମୁଡିବା ପରେ ମଣିଷକୁ କାମୁଡିଵ, ତେବେ ସ୍କ୍ରବ ଟାଇଫସ ହେବ ।