ଓଡିଶା

ପଞ୍ଚଭୂତରେ ଲୀନ ହେଲେ ଗୀତା ମେହେଟ୍ଟା

(ଦିଲ୍ଲୀ)  : ପଞ୍ଚଭୂତରେ ଲୀନ ହେଲେ ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟା । ବିଶିଷ୍ଟ ଲେଖିକା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭଉଣୀ ଗୀତା ମେହେଟ୍ଟାଙ୍କର ଆଜି ଅନ୍ତିମ ସଂସ୍କାର ହୋଇଛି । ନୂଆଦିଲ୍ଲୀର ଲୋଧି ରୋଡ଼ସ୍ଥିତ ଶ୍ମଶାନରେ ଆଜି ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଏକମାତ୍ର ପୁଅ ଆଦିତ୍ୟ ସିଂ ମେହେଟ୍ଟା ମା’ ଗୀତା ମେହେଟ୍ଟାଙ୍କୁ ମୁଖାଗ୍ନି ଦେଇଛନ୍ତି ।

ସୂଚନାନୁଯାୟୀ ,  ଭଉଣୀଙ୍କ ଶେଷ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବଡ଼ ଭାଇ ପ୍ରେମ ପଟ୍ଟନାୟକ ଲୋଧି ରୋଡ଼ସ୍ଥିତ ଶ୍ମଶାନରେ ଉପସ୍ଥିତ ଥିଲେ । ଏହି ଅବସରରେ ନିକଟ ସମ୍ପର୍କୀୟଙ୍କ ସମେତ ସାଂସଦ ପିନାକ ମିଶ୍ର, ମାନସ ମଙ୍ଗରାଜ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ପ୍ରମୁଖ ଶ୍ମଶାନ ଘାଟରେ ଉପସ୍ଥିତ ଥିଲେ ।

Related posts

ନିମାପଡ଼ାରେ ବିଜେଡି ସୁପ୍ରିମୋଙ୍କ ରୋଡ ସୋ

mahabharatanews

ପାଠ ପଢାଇବା ବଦଳରେ ପିଲାଙ୍କୁ ଝାଡୁ କରାଉଛନ୍ତି ଶିକ୍ଷକ

mahabharatanews

ରାଥିବାଲି ଜଳପ୍ରପାତରେ ଅଘଟଣ, ନୂଆ ବର୍ଷ ବୁଲିବାକୁ ଯାଇ ଖସିଗଲା ଗୋଡ଼, ଜଣେ ମୃତ୍ୟୁ

mahabharatanews