ଓଡିଶା

୨୧ ଯାଏଁ ବର୍ଷା ସମ୍ଭାବନା, ୯ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି  

(ଭୁବନେଶ୍ୱର) : ଘୂର୍ଣ୍ଣିବଳୟରେ ପ୍ରଭାବରେ ଆଜି ଓ ୨୧ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହୁଛି। ଆଜି ରାଜ୍ୟର କଳାହାଣ୍ଡି, କନ୍ଧମାଳ, ସୋନପୁର, ବଲାଙ୍ଗୀର, ବୌଦ୍ଧ, ସମ୍ବଲପୁର, ଅନୁଗୁଳ, ବରଗଡ଼ ଓ ଝାରସୁଗୁଡ଼ା ଆଦି ଜିଲ୍ଲାର ଅନେକାଂଶରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଫଳରେ ଏହି ୯ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

ସୂଚନାନୁଯାୟୀ ,  ୨୧ ତାରିଖ ଦିନ ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ବରଗଡ଼, ସୋନପୁର, ଝାରସୁଗୁଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରେ ମଧ୍ୟ ପ୍ରବଳରୁ ଅତିପ୍ରବଳ ବର୍ଷାଜନିତ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

Related posts

ଶ୍ରୀ ଜଗନ୍ନାଥ ଅଖିଳ ଭାରତୀୟ ପାଲା କଳାକାର ମହାସଂଘର ରକ୍ତଦାନ ଶିବିର

mahabharatanews

ରାଜ୍ୟରେ ବଢୁଛି ଶୀତ : ୧୫ଡିଗ୍ରୀ ତଳେ ୫ ସହର 

mahabharatanews

ପ୍ରଧାନମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିକୁ ଦାନ କଲେ ରାଜ୍ୟପାଳ

mahabharatanews