ଓଡିଶା

ନୂଆଁଖାଇ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ମନ୍ତ୍ରୀ 

(ଭୁବନେଶ୍ୱର) : ଆଜି ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର  । ଏହି ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ ,ମୁଖ୍ୟମନ୍ତ୍ରୀ , କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଉପଲକ୍ଷେ ସମସ୍ତ ଦେଶବାସୀ, ବିଶେଷ କରି ଓଡ଼ିଶାବାସୀଙ୍କୁ ମୋର ହାର୍ଦ୍ଦିକ ଶୁଭକାମନା ! ଧାନ ଅମଳର ଆନନ୍ଦ ଉଲ୍ଲାସ ଭିତରେ ଏହି ପର୍ବ ପାଳିତ ହୋଇଥାଏ । ନୂଆଁଖାଇ ଆମକୁ ଭ୍ରାତୃତ୍ୱ ଓ ପାରସ୍ପରିକ ସୌହାର୍ଦ୍ଦ୍ୟର ବାର୍ତ୍ତା ଦେଇଥାଏ ।

ସୂଚନାନୁଯାୟୀ , । ନୂଆଖାଇ ପାଇଁ ପୁରରୁ ପଲ୍ଲୀ ସବୁଠି ଗହଳଚହଳ । ସମସ୍ତେ ନୂଆ ପିନ୍ଧିବେ, ନୂଆ ଖାଇବେ । ଏକାଠି ହୋଇ ଜୁହାର ଭେଟ୍ ହେବେ । ଏଥିପାଇଁ ସବୁ ପ୍ରସ୍ତୁତି ସରିଛି । ସମ୍ବଲପୁରର ଇଷ୍ଟଦେବୀ ମା ସମଲେଶ୍ୱେରିଙ୍କ ପୀଠ ଉତ୍ସବ ମୁଖର । ମନ୍ଦିରରେ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଲାଣି । ଲୋକେ କାହିଁ ଦେଶ ବିଦେଶରୁ ନିଜ ନିଜ ଘରକୁ ଆସିଲେଣି । ଘରେ ନିଜ ପରିବାର ସହ ମିଶି ପାଳିବେ ନୂଆଖାଇ । ନିଜ ପରିବାର , କୁଟୁମ୍ବଙ୍କ ସହ ମିଶି ପାଳନ ହେବ ନୂଆଖାଇ ।

Related posts

କିଏ ସେହି ବିଧାୟକ ଅରୁଣଙ୍କ ବିରୋଧରେ କରୁଛନ୍ତି ଷଡଯନ୍ତ୍ର

mahabharatanews

ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା ନିମନ୍ତେ ତିନି ରଥ କାଠ ଚିରଟ ପ୍ରକ୍ରିୟା

mahabharatanews

ରାଜ୍ୟ ବାହାରକୁ ଚୋରା ଗଞ୍ଜେଇ ଚାଲାଣ କରୁଥିବା ବେଳେ ଜବତ କଲା ପୋଲିସ

mahabharatanews