ଓଡିଶା

ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା

(ଭୁବନେଶ୍ୱର) : ରାଜ୍ୟରେ ଧୀରେ ଧୀରେ ବର୍ଷାର ପରିମାଣ କମୁଛି । ତେବେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ସୂଚନା ମିଳିଛି । ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ସମ୍ଭାବନା ରହିଛି । ସେହିପରି ଦକ୍ଷିଣ ଓଡ଼ିଶାର କିଛି କିଛି ସ୍ଥାନରେ ବର୍ଷା ହୋଇପାରେ । କେତେକ ସ୍ଥାନରେ ଘଡ଼ଘଡ଼ି ସହିତ ମଧ୍ୟ ବର୍ଷା ହେବାର ସମ୍ଭାବନା ଅଛି । ୩-୪ ଦିନ ମଧ୍ୟରେ ବର୍ଷା କମିବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ସୂଚନାନୁଯାୟୀ ,  ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଂଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ଗଂଜାମ, ଗଜପତି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ାକୁ ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Related posts

ବଢ଼ିଲା ଗଣଶିକ୍ଷକଙ୍କ ଦରମା

mahabharatanews

ବସିଲା ସର୍ବଦଳୀୟ ବୈଠକ: ନିମନ୍ତ୍ରଣ ସତ୍ବେ ଯୋଗ ଦେଲନି ନବୀନ ପଟ୍ଟନାୟକ, ଅନୁପସ୍ଥିତ ରହିଲା କଂଗ୍ରେସ

mahabharatanews

ଶ୍ରୀମନ୍ଦିର ଚାରିଦ୍ବାର ଖୋଲିବା ନେଇ ଜିଲ୍ଲାପାଳଙ୍କୁ ଦାବି ପତ୍ର

mahabharatanews