(ଭୁବନେଶ୍ୱର) : ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ସ୍କ୍ରବ୍ ଟାଇଫସ୍ । ଏହାରି ମଧ୍ୟରେ ସୁନ୍ଦରଗଡ଼ରେ ଦିନକୁ ଦିନ ବଢ଼ିବାରେ ଲାଗିଛି ଏହି ରୋଗର ଆକ୍ରାନ୍ତଙ୍କ ସଂଖ୍ୟା । ସୁନ୍ଦରଗଡ଼ରେ ଗତକାଲି ପୁଣି ୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ସଂଖ୍ୟାକୁ ମିଶାଇ ଜିଲ୍ଲାରେ ମୋଟ ୨୩୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।
ସୂଚନାନୁଯାୟୀ ,ଏହି ରୋଗ କୀଟ ଦଂଶନରୁ ହୋଇଥାଏ । ଯେଉଁଥି ପାଇଁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସଚେତନ ସୃଷ୍ଟି କରାଯାଉଛି । ଜଙ୍ଗଲର ତଥା ବିଲବାଡ଼ିକୁ ଯିବା ସମୟରେ ସମ୍ପୂର୍ଣ୍ଣ ଶରୀରକୁ ଘୋଡ଼ାଇ ରଖିବା ପାଇଁ ପରାମର୍ଶ ଦିଆଯାଇଛି । ସଂକ୍ରମଣକୁ ନିୟନ୍ତ୍ରଣ କରିବାକୁ ଔଷଧ, ଟେଷ୍ଟିଂ ବ୍ୟବସ୍ଥା ମଧ୍ୟ କରାଯାଉଛି । ଚିଗର୍ସ ନାମକ କୀଟ କାମୁଡିଲେ ହୋଇଥାଏ ସ୍କ୍ରବ ଟାଇଫସ୍ । ଆଉ ଏହା ଦ୍ୱାରା ଜ୍ୱର ହୁଏ , ଆଉ ଜ୍ୱର ନ କମିଲେ ଏହା ଶରୀର ପାଇଁ ଘାତକ ବି ହୋଇପାରେ । ବର୍ଷା ଦିନରେ ଏହା ବ୍ୟାପିବା ସମ୍ଭାବନା ଅଧିକ ।
