ଓଡିଶା

୨୪ ଘଣ୍ଟାରେ ୧୩ଟି ଜିଲ୍ଲାରେ ଝଡ଼ବର୍ଷା ସହ ବଜ୍ରପାତ ସମ୍ଭାବନା 

(ଭୁବନେଶ୍ୱର) : ମୌସୁମୀ ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନଥିବା ବେଳେ ଅନେକ ସ୍ଥାନରେ କାଳବୈଶାଖୀ ଜନିତ ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୩ଟି ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି (ବୁଧବାର) ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ସୂଚନାନୁଯାୟୀ, ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ସୁନ୍ଦରଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନୂଆପଡ଼ା କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ଜିଲ୍ଲାକୁ ହଳଦିଆ ଚେତାବନୀ/ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

 

Related posts

ନୂଆପଡା ଉପନିର୍ବାଚନ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା

mahabharatanews

ନଦୀ ପାଣିରେ ବୁଡି ଗଲା ନାବଳକଙ୍କ ଜୀବନ ।

mahabharatanews

ହାଇଦ୍ରାବାଦ ଏନକାଉଣ୍ଟର ହିରୋ

mahabharatanews