ଓଡିଶା

୩୦ରୁ ରାଜ୍ୟରେ ବର୍ଷା ବଢିବ

(ଭୁବନେଶ୍ୱର) :  ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୂର୍ବ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ଆଜି ଠାରୁ ରାଜ୍ୟରେ ବର୍ଷା ଆରମ୍ଭ ହେବ । ଆସନ୍ତ‌ା ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥ‌ାନରେ ଘଡ଼ଘଡ଼ି ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।

ସୂଚନାନୁଯାୟୀ , କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏଥିସହ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, କନ୍ଧମାଳ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ୩୦ ତାରିଖରୁ ବର୍ଷାର ପରିମାଣ ଓ ବିସ୍ତୃତି ବଢ଼ିବ।

Related posts

ପଞ୍ଚଭୂତରେ ଲୀନ ହେଲେ ବାଗ୍ମୀ ରଜତ କର

mahabharatanews

ଆଜି ଆଉ ୯୦ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୨୫

mahabharatanews

ଶ୍ରାବଣ ମାସରେ ଜଳପ୍ରିୟ ଶିବଙ୍କୁ ଜଳଅଭିଷେକ କଲେ ଜୀବନ ସୁଖଶାନ୍ତିରେ ଭରିଯାଏ

mahabharatanews