ଓଡିଶା

ସ୍କ୍ରବ୍ ଟାଇଫସ୍ ଆତଙ୍କ ; ସୁନ୍ଦରଗଡ଼ରେ ସଂଖ୍ୟା ୨୭୨କୁ ବୃଦ୍ଧି

(ଭୁବନେଶ୍ୱର) : ସାରା ରାଜ୍ୟରେ ଡେଙ୍ଗୁ ପରେ ବର୍ତ୍ତମାନ ସ୍କ୍ରବ୍ ଟାଇଫସ୍ ଚିନ୍ତା ବଢାଇ ଦେଇଛି । ବିଶେଷ କରି ସୁନ୍ଦରଗଡ଼ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଗତ ୨୪ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୯ଆକ୍ରାନ୍ତ । ଏହା ପରେ ସୁନ୍ଦରଗ଼ଡରେ ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୭୨କୁ ବୃଦ୍ଧି ପାଇଛି । ଏ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନାନୁଯାୟୀ , ତେବେ ସାମାନ୍ୟ ଜ୍ୱର କିମ୍ବା ସେପରି କୌଣସି ଲକ୍ଷଣ ଦେଖାଗଲେ ସ୍କ୍ରବ ଟାଇଫସ ଟେଷ୍ଟ କରିବା ପାଇଁ କୁହାଯାଇଛି । ସ୍କ୍ରବ ଟାଇଫସ ରୋଗୀଙ୍କ ଚିକିତ୍ସା ପାଇଁ ଯଥେଷ୍ଟ ଔଷଧ ଏବଂ ଡାକ୍ତର ରହିଛନ୍ତି । ଗୁରୁତର ରୋଗୀଙ୍କ ପାଇଁ ଆଇସିୟୁ ମଧ୍ୟ ରହିଛି । ଗାଁ ଗାଁରେ ଡାକବାଜି ଯନ୍ତ୍ର ଦ୍ୱାରା ସଚେତନ କରାଯାଉଥିବା ବେଳେ ବିଭିନ୍ନ ଛକ ଓ ହାଟ ମାନଙ୍କରେ ପାଲା ମାଧ୍ୟମରେ ସ୍କ୍ରବ ଟାଇଫସ ରୋଗର ଲକ୍ଷଣ ଓ ନିରାକରଣ ସମ୍ପର୍କରେ ସଚେତନ କରାଯାଉଛି ।

Related posts

ଆଉ ୪ ଜଣଙ୍କ ମୁଣ୍ଡ ନେଲା କରୋନା, ରାଜ୍ୟରେ ମୃତ୍ୟୁସଂଖ୍ୟା ୭୪କୁ ବୃଦ୍ଧି

mahabharatanews

ଦ୍ରୌପଦୀ ମୁର୍ମୁଙ୍କ ବିଜୟ ସମ୍ଭାବନା ନେଇ ରାଇରଙ୍ଗପୁରରେ ଆନନ୍ଦ

mahabharatanews

ତାଜା ପଡ଼ି ବୋହୁ ମୃତ, ଶଶୁର ଗୁରୁତର

mahabharatanews