ଓଡିଶା

ଆସନ୍ତାକାଲିଠୁ ବଢିବ ବର୍ଷା,ଓ୍ଵାର୍ଣ୍ଣିଂ ଜାରି

(ଭୁବନେଶ୍ୱର) :  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଜି ସନ୍ଧ୍ୟାରୁ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ ବଢ଼ିବ। ଆସନ୍ତାକାଲି (ଶନିବାର) ଠାରୁ ରାଜ୍ୟରେ ପାଗ ବଦଳି ମେଘୁଆ ପାଗ ସହ ବର୍ଷାର ବିସ୍ତୃତି ବଢ଼ିବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି (ଶୁକ୍ରବାର) ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ସୂଚନାନୁଯାୟୀ , ଶନିବାର ଅପରାହ୍ନ ମଧ୍ୟରେ ରାଜ୍ୟର ୪ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ୨୨ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି  । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ କାଳବୈଣରଖୀ ଜନିତ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହିସବୁ ଜିଲ୍ଲାଗୁଡ଼ିକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Related posts

 ଆଜି ପହଞ୍ଚିବ ସହିଦ୍ ଯବାନ ପ୍ରତାପ ରଞ୍ଜନ ପରିଡ଼ାଙ୍କ ପାର୍ଥିବ ଶରୀର

mahabharatanews

ସୁନା ବେଶରେ ଅଳଙ୍କାର ପିନ୍ଧି ଦର୍ଶନ ଦେବେ ଶ୍ରୀଜିଉ

mahabharatanews

ଅମୀୟଙ୍କ ମୁଣ୍ଡରେ କେଉଁ ନେତାଙ୍କ ହାତ ?

mahabharatanews