(ଭୁବନେଶ୍ୱର) : ରାଜ୍ୟରେ ଡେଙ୍ଗୁ ସହିତ ସ୍କ୍ରବ୍ ଟାଇଫସ ଆତଙ୍କ ମଚାଇଛି । ଗତ ୨୪ ଘଣ୍ଟାରେ ପୁଣି ୯ ସ୍କ୍ରବ୍ ଟାଇଫସ ଆକ୍ରାନ୍ତ ଚିହ୍ନଟ। ୩୪ ରକ୍ତ ନମୁନାରୁ ୯ ପଜିଟିଭ ଚିହ୍ନଟ। ସୁନ୍ଦରଗଡ଼ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୦୪ରେ ପହଞ୍ଚିଲା। ଏନେଇ ସୂଚନା ଦେଇଛନ୍ତି ଭାରାପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ।
ସୂଚନାନୁଯାୟୀ , ଏହି ରୋଗ କୀଟ ଦଂଶନରୁ ହେଉଥିବାରୁ ଜଙ୍ଗଲ ତଥା ବିଲବାଡ଼ିକୁ ଯିବା ସମୟରେ ସମ୍ପୂର୍ଣ ଶରୀରକୁ ଘୋଡ଼ାଇ ରଖିବାକୁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି। ଏହି ରୋଗକୁ ନିୟନ୍ତ୍ରଣ କରିବା ପାଇଁ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଓ ରାଉରକେଲା ସରକାରୀ ଡାକ୍ତରଖାନାରେ ଔଷଧ, ପରୀକ୍ଷା ବ୍ୟବସ୍ଥା ରହିଛି ।
