ଓଡିଶା

୧୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା,ଓ୍ଵାର୍ଣ୍ଣିଂ ଜାରି

(ଭୁବନେଶ୍ୱର) : ଲଘୁଚାପ ପ୍ରଭାବରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୬ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ୧୧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଟକ ଓ ଭୁବନେଶ୍ୱର ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

ସୂଚନାନୁଯାୟୀ, ରାଜ୍ୟର ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ଦେବଗଡ଼ ଓ ଅନୁଗୁଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ରୁ ୨୦ ସେମି) ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ଜିଲ୍ଲାକୁ କମଳା ଚେତାବନୀ/ ଅରେଞ୍ଜ ଓ୍ଵାର୍ଣ୍ଣିଂ ଏବଂ ଏହି ସମୟ ମଧ୍ୟରେ ବଲାଙ୍ଗୀର, ବୌଦ୍ଧ, କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (୭ରୁ ୧୧ସେମି) ହେବାର ସମ୍ଭାବନା ରହିଥିବାରୁ ଏହି ସବୁ ଜିଲ୍ଲାକୁ ହଳଦିଆ ଚେତାବନୀ/ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Related posts

ଖଲ୍ଲିକୋଟ ରାଣୀ ଭି.ସୁଜ୍ଞାନ କୁମାରୀ ଦେଓଙ୍କ ବିୟୋଗରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ ପ୍ରକାଶ

mahabharatanews

ଏମ୍ଫୋଭ୍ୟାଲି ଥାନା ଅଧୀନରେ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର

mahabharatanews

ଏକ କିଲୋରୁ ଉଦ୍ଧ୍ୱର୍ ଗଞ୍ଜେଇ ଜବତ, ୧ ଗିରଫ

mahabharatanews