ଓଡିଶା

ଆସନ୍ତା ୨୪ ଘଣ୍ଟାରେ ୧୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

(ଭୁବନେଶ୍ୱର) :  ଲଘୁଚାପ ପ୍ରଭାବରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ହେବା ସହ ଶକ୍ତିଶାଳୀ ହୋଇଛି। ତେବେ, ଆସନ୍ତା ୨୪ ଘଣ୍ଟା  ମଧ୍ୟରେ ରାଜ୍ୟର ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ସୂଚନାନୁଯାୟୀ, ରାଜ୍ୟର ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ଜିଲ୍ଲାକୁ କମଳା ଚେତାବନୀ/ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ ଓ ଢେଙ୍କାନାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ଜିଲ୍ଲାକୁ ହଳଦିଆ ଚେତାବନୀ/ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Related posts

ସାଲେପୁରରେ ଜୀବନବିନ୍ଦୁ କାର୍ୟ୍ୟକ୍ରମ, ୧୦୨ୟୁନିଟ ରକ୍ତ ସଂଗ୍ରହ

mahabharatanews

ବିଜୁ ଯୁବ ବାହିନୀର ଟ୍ରାଫିକ ସଚେତନତା କାର୍ଯ୍ୟକ୍ରମ

mahabharatanews

ରାଜ୍ୟ ବଢିବ ବର୍ଷା ; ୱାର୍ଣ୍ଣିଂ ଜାରି

mahabharatanews