ଓଡିଶା

୨୬ଟି ଅତ୍ୟାଧୁନିକ ୧୦୮ ଆମ୍ବୁଲାନ୍ସ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ 

(ଭୁବନେଶ୍ୱର) :  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଜରୁରୀକାଳୀନ ସ୍ୱାସ୍ଥ୍ୟସେବା ଯୋଗାଇଦେବା ଉଦ୍ଦେଶ୍ୟରେ ୨୬ଟି ନୂତନ ଅତ୍ୟାଧୁନିକ ୧୦୮ ଆମ୍ବୁଲାନ୍ସ ଲୋକାର୍ପଣ କରିଛନ୍ତି । ଗତକାଲି ସନ୍ଧ୍ୟାରେ ନବୀନ ନିବାସଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କ ନିଜସ୍ୱ ପାଣ୍ଠି ବିନିଯୋଗରେ କ୍ରୟ ହୋଇଥିବା ଏହି ୨୬ଟି ନୂତନ ଆମ୍ବୁଲାନ୍ସକୁ ଲୋକାର୍ପିତ କରିଛନ୍ତି ।

ସୂଚନାନୁଯାୟୀ , ତେବେ ଏହି ୨୬ଟି ଆମ୍ବୁଲାନ୍ସ ପାଇଁ ୧୦.୯୨ କୋଟି ଟଙ୍କା ବିନିଯୋଗ ହୋଇଛି । ଦୁର୍ଘଟଣା, ପ୍ରାକୃତିକ ବିପର୍ଯ୍ୟୟ, ଗର୍ଭବତୀ ଓ ଗୁରୁତର ରୋଗରେ ପୀଡିତ ବ୍ୟକ୍ତିଙ୍କୁ ବିନା ଖର୍ଚ୍ଚରେ ଡାକ୍ତରଖାନାକୁ ନେବା ପାଇଁ ରାଜ୍ୟରେ ଏହି ଜରୁରୀକାଳୀନ ଆମ୍ବୁଲାନ୍ସ ସେବା ସଫଳତାର ସହ କାର୍ଯ୍ୟ କରୁଛି । ଜୀବନ ରକ୍ଷାକାରୀ ସୁବିଧା ଥିବା ଏହି ୨୬ଟି ନୂତନ ଆମ୍ବୁଲାନ୍ସ ସାମିଲ ହେବାପରେ ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ର ଅଧିକ ସୁଦୃଢ ହେବ ବୋଲି ଆଶା କରାଯାଉଛି  ।

Related posts

ଯୁକ୍ତ ଦୁଇ ନାମଲେଖା ଆବେଦନର ଆଜି ହେଉଛି ଶେଷ ଦିନ

mahabharatanews

ସ୍କୁଲରେ ନାମଲେଖା ଫୋନ, ୱାଟ୍ସଆପରେ ହେବ 

mahabharatanews

ଦ୍ରୁତଗତିରେ ବାଇକ୍ ଚଳାଇ ଯୁବକ ମୃତ

mahabharatanews