(ମାଲକାନଗିରି) : ଆଜି ମାଲକାନଗିରିରେ ମୁଖ୍ୟମନ୍ତ୍ରୀ ଲକ୍ଷ୍ମୀ ବସ୍ ଯୋଜନା ଶୁଭାରମ୍ଭ ଅବସରରେ ମାଲକାନଗିରି ହିଁ ଓଡିଶା ବିକାଶର ଲଞ୍ଚ ପ୍ୟାଡ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ତେବେ ଯୋଜନାର ପ୍ରଥମ ବସ୍ରେ ୧୦ ଟଙ୍କା ଦେଇ ପ୍ରଥମ ଟିକେଟ୍ କିଣି ମାଲକାନଗିରିରୁ ଏମ୍.ଭି- ୦୩ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଯାତ୍ରା କରି ସେଠାରେ BQSର ଶୁଭାରମ୍ଭ କରିଥିଲେ ।
ସୂଚନାନୁଯାୟୀ , ପ୍ରାରମ୍ଭରେ ଉଚ୍ଛସିତ ଜନତାଙ୍କ ତାଳି, ସ୍ୱାଗତମ୍ ଧ୍ୱନି ଓ ମହିଳାମାନଙ୍କ ହୁଳହୁଳି ଧ୍ୱନି ମଧ୍ୟରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ “ମାଲକାନଗିରିରୁ ହିଁ ଏକ ଟଙ୍କିଆ ଚାଉଳ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ପରି ପ୍ରମୁଖ ଯୋଜନା ଆରମ୍ଭ କରିଥିଲି । ଆଜି ପୁଣି ଥରେ ଏକ ଗୁରୁତ୍ବପୂର୍ଣ୍ଣ ଯୋଜନା ‘ଲକ୍ଷ୍ମୀ ଯୋଜନା’ ଆରମ୍ଭ କରି ମୁଁ ବହୁତ ଖୁସି” ।
