ଓଡିଶା

‘ଆମ ଓଡ଼ିଶା ନବୀନ ଓଡ଼ିଶା’

(ଭୁବନେଶ୍ୱର) :  ରାଜ୍ୟ ସରକାରଙ୍କର ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ଅଭିଯାନ ଆରମ୍ଭ ହୋଇଛି ।  ଫଳରେ ପ୍ରତି ପଞ୍ଚାୟତ, ପ୍ରତି ଗାଁର ହେବ ଉନ୍ନତି ।  ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ତୃତୀୟ ଦିନରେ ମୟୂରଭଂଜ, ବରଗଡ ଓ ଦେବଗଡ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ।
ସୂଚନାନୁଯାୟୀ , ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା। ଏଥିପାଇଁ ମୟୂରଭଂଜ ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୧୧୧ କୋଟି ୫୦ ଲକ୍ଷ ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ବଡସାହି, ବାଙ୍ଗିରୀପୋଷି, ବାରିପଦା, ମୋରଡା ଏବଂ ଉଦଳା।  ଏହିସବୁ ନିର୍ବାଚନମଣ୍ଡଳୀର ୨୨୩ଟି ଗ୍ରାମ ପଞ୍ଚାୟତରେ ୩୦୮୧ ଟି ପ୍ରକଳ୍ପ ହେବ। ସେହିପରି ବରଗଡ ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀ ପାଇଁ ୧୨୬ କୋଟି ୫୦ ଲକ୍ଷ ଟଙ୍କା  ମଂଜୁର ହୋଇଛି। ଏହିସବୁ ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ଅତାବିରା, ବିଜେପୁର, ବରଗଡ, ପଦମପୁର ଓ ଭଟଲି।  ଏଥିରେ ୨୫୩ଟି ଗ୍ରାମପଞ୍ଚାୟତରେ ୩୧୩୫ ଟି ପ୍ରକଳ୍ପ କରାଯିବ। ସେହିପରି ଦେବଗଡ ଜିଲ୍ଲାର  ଗୋଟିଏ ନିର୍ବାଚନମଣ୍ଡଳୀ ପାଇଁ ୩୫ କୋଟି ଟଙ୍କା ଅନୁମୋଦନ କରାଯାଇଛି ଏବଂ ଏଥିରେ ୭୦ଟି ଗ୍ରାମପଞ୍ଚାୟତରେ  ୯୯୧ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ।

Related posts

ପ୍ରାୟ ୨ ଲକ୍ଷ ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍‌, ଆସନ୍ତାକାଲି ଖୋଲିବ ଭୋଟ ବାକ୍ସ

mahabharatanews

ଖରିଫ ଋତୁ ଧାନ ସଂଗ୍ରହ ନିମନ୍ତେ ରାଇରଙ୍ଗପୁରରେ ଗଡ଼ିଲା କୃଷକ ସଚେତନତା ରଥ

mahabharatanews

ଡଟ୍ ଫେଷ୍ଟ ଅଷ୍ଟମ ସଂଧ୍ୟାରେ ସ୍ୱତନ୍ତ୍ର ମଜ୍ଜା ନେଲେ ଭିକାରୀ , ଆଶ୍ରୟସ୍ଥଳୀ ଅନ୍ତେବାସୀ ଏବଂ କିନ୍ନର ଭୁବନେଶ୍ୱର;

mahabharatanews