ଓଡିଶା

୨୦୨୪ ରଥଯାତ୍ରାରେ ଖୋଲିବ ରତ୍ନଭଣ୍ଡାର !

(ପୁରୀ) : ଆସନ୍ତା ବର୍ଷ ୨୦୨୪ ରଥଯାତ୍ରା ସମୟରେ ଖୋଲା ଯାଇପାରେ ରତ୍ନଭଣ୍ଡାର । ବିଜେପି ନେତା ସମୀର ମହାନ୍ତିଙ୍କ ନେତୃତ୍ୱରେ ପ୍ରତିନିଧି ଦଳ ଗଜପତି ମହାରାଜଙ୍କୁ ଭେଟିବା ପରେ ଏଭଳି କିଛି ପ୍ରତିକ୍ରିୟା ଦେଇଛନ୍ତି ଗଜପତି ମହାରାଜ ଦିବ୍ୟ ସିଂହ ଦେବ ।

ସୂଚନାନୁଯାୟୀ , ରତ୍ନଭଣ୍ଡାରର ଖୋଲାଯାଇ ସେଠାରେ ଥିବା ବହୁମୂଲ୍ୟ ଅଳଙ୍କାରର ଗଣତି କରାଯିବ । ଏନେଇ ଗତ ଅଗଷ୍ଟ ୪ ତାରିଖରେ ଗଜପତି ମହାରାଜଙ୍କ ଅଧ୍ୟକ୍ଷତାରେ ବସିଥିବା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ସର୍ବସମ୍ମତିରେ ନିଷ୍ପତ୍ତି ହୋଇ ରାଜ୍ୟ ସରକାରଙ୍କୁ ଏହି ପ୍ରସ୍ତାବ ଦିଆଯାଇଛି ବୋଲି ଗଜପତି କହିଛନ୍ତି । ସେ କହିଛନ୍ତି ଯେ, ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ଦିରର ରତ୍ନଭଣ୍ଡାର ଖୋଲା ଯିବାର ପ୍ରକୃଷ୍ଟ ସମୟ ହେଉଛି ରଥଯାତ୍ରା । କାରଣ ରଥଯାତ୍ରା ପରେ କିଛି ମାସ ମଧ୍ୟରେ ସେଭଳି କୌଣସି ବିଶେଷ ପର୍ବପର୍ବାଣୀ ନଥାଏ । ଯାତ୍ରୀ ଏବଂ ଦର୍ଶନାର୍ଥୀଙ୍କ ସଂଖ୍ୟା ମଧ୍ୟ ଅପେକ୍ଷାକୃତ କମ୍‌ ଥାଏ ।

Related posts

ଆଗାମୀ ୫ ଦିନ ରାଜ୍ୟରେ ବର୍ଷା ସମ୍ଭାବନା   

mahabharatanews

କୋଟିଆବାସୀଙ୍କ ଭରସା ହରାଇବା ଦୁର୍ଭାଗ୍ୟପୂର୍ଣ୍ଣ ନୁହେଁ କି?

mahabharatanews

ଦେବସ୍ନାନ ପୂର୍ଣ୍ଣିମା: ୧୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

mahabharatanews