ଓଡିଶା

୨୩ ଓ ୨୪ରେ ବର୍ଷା ସମ୍ଭାବନା 

(ଭୁବନେଶ୍ୱର) :  ଘୂର୍ଣ୍ଣିବଳୟଟି  ଅଧିକ ଘନୀଭୂତ ହୋଇ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ୨୨ ତାରିଖ ଆଡ଼କୁ ଏକ ଅବପାତର ରୂପ ନେବ। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ପରେ ଦିଗ ବଦଳାଇ ଉତ୍ତର-ଉତ୍ତରପୂର୍ବ ଆଡ଼କୁ ଗତି କରି ବାଂଲାଦେଶ ଉପକୂଳରେ ପହଞ୍ଚିବ। ଏହାର ପ୍ରଭାବ‌ ଓଡ଼ିଶା ଉପରେ ବିଶେଷ ଭାବେ ରହିବ ନାହିଁ। ୨୩ ଓ ୨୪ ତାରିଖରେ ହାଲୁକା ବର୍ଷା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ୨୨ ତାରିଖ ସୁଦ୍ଧା ଏହା ଭୀଷଣ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି।

ସୂଚନାନୁଯାୟୀ , ଆସନ୍ତା ୨ ଦିନ ରାଜ୍ୟର ପ‌ାଗ ସମ୍ପୂର୍ଣ୍ଣ ଶୁଖିଲା ରହିବ। ଆଜି ରାଜଧାନୀ ଭୁବନେଶ୍ବର ଓ ଆଖପାଖ ଅଞ୍ଚଳରେ ସକାଳୁ ସକାଳୁ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିବ। ଦିନର ସର୍ବୋଚ୍ଚ ତାପମାତ୍ରା ୩୨ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୩ ଡିଗ୍ରି ମଧ୍ୟରେ ରହିବ। ଅନ୍ୟପଟେ ଆଜି ଆରବ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହୋଇ ବାତ୍ୟା ସମ୍ଭାବନା ରହିଛି।

Related posts

ଗଣେଶ ମୂର୍ତ୍ତି ଭସାଣୀରେ ଦୁଇ ସାହି  ମଧ୍ୟରେ ଗଣ୍ଡଗୋଳ

mahabharatanews

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀ

mahabharatanews

 ବୋରୱେଲରେ ଖସି ପଡ଼ିଥିବା ୮୦ ବର୍ଷୀୟ ବୃଦ୍ଧା ଉଦ୍ଧାର

mahabharatanews