ଓଡିଶା

ବାତ୍ୟା ହାମୁନ ; ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା 

 (ଭୁବନେଶ୍ୱର) : ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ହାମୁନ ଏକ ଭୀଷଣ ସାମୁଦ୍ରିକ ବାତ୍ୟାରେ ପରିଣତ ହୋଇଛି ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି । ଏହା କ୍ରମଶଃ ଉତ୍ତର ଓ ଉତ୍ତର-ପୂର୍ବ ଦିଗରେ ଗତି କରି ୨୫ ଅକ୍ଟୋବର ସକାଳ ସାଢେ ୫ଟା ବେଳେ ବାଂଲାଦେଶର ଖେପୁପାରା ଓ ଚିଟାଗଙ୍ଗ ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବାର ସମ୍ଭାବନା ରହିଛି ।

ସୂଚନାନୁଯାୟୀ ,ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ । ତେବେ ଏହାର ପ୍ରଭାବରେ ଉପକୂଳ ଓ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ସେହିପରି ଗାଙ୍ଗେୟ ପଶ୍ଚିମବଙ୍ଗ ଅଂଚଳରେ ମଧ୍ୟ ବର୍ଷା ହେବ । ତେବେ ଏହାର ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ ଓ ୪୦ରୁ ୫୦ କିଲୋମିଟର ବେଗରେ ପବନ ବୋହିବ । ଏହି କାରଣରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି ।

Related posts

ବାଣ ସ୍ଥାନାନ୍ତର ବେଳେ ରେଞ୍ଜ ଅଫିସରେ ବିସ୍ଫୋରଣ

mahabharatanews

ଚଣ୍ଡିଖୋଲ ନିକଟସ୍ଥ ଗାନ୍ଧୀ ଛକ ରେ ସଡ଼କ ଦୁର୍ଘଟଣା , ଦୁଇ ଗୁରୁତର

mahabharatanews

ଉଦଳା ୟୁନିକ ପ୍ରେସ କ୍ଳବ ପକ୍ଷରୁ ଜାତୀୟ ପ୍ରେସ ଦିବସ

mahabharatanews