ଓଡିଶା

ଶପଥ ଗ୍ରହଣ ପରେ ପୁରୀରେ ୨୬ତମ ରାଜ୍ୟପାଳ

(ଭୁବନେଶ୍ୱର) : ରାଜ୍ୟର ୨୬ତମ ରାଜ୍ୟପାଳ ଭାବରେ ଶପଥ ନେବାପରେ ଜଗାଦର୍ଶନ ପାଇଁ ପୁରୀ ପହଞ୍ଚିଲେ ରଘୁବର ଦାସ। ଶପଥ ଗ୍ରହଣ ପୂର୍ବରୁ ମଧ୍ୟ ସପରିବାର ପୁରୀ ଆସି ଶ୍ରୀଜୀଉଙ୍କ ଦର୍ଶନ କରିବା ସହ ଓଡ଼ିଶାର ଗରିବଙ୍କ କଲ୍ୟାଣ ପାଇଁ ପ୍ରାର୍ଥନା କରିଥିଲେ। ଏହାର ଦୁଇଦିନ ପରେ ଅର୍ଥାତ ଶପଥ ଗ୍ରହଣ ପରେ ଆସି ପୁଣିଥରେ ଶ୍ରୀମନ୍ଦିର ପହଞ୍ଚିଛନ୍ତି।

ସୂଚନାନୁଯାୟୀ , ଗତ ସୋମବାର ଶ୍ରୀଜୀଉଙ୍କୁ ଦର୍ଶନ କରିଥିଲେ ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ। ମହାପ୍ରଭୁଙ୍କ ଦର୍ଶନ କରିବା ସହ ସେଠାରେ ଉପସ୍ଥିତ ଥିବା ଭକ୍ତମାନଙ୍କୁ ସେ ଅଭବାଦନ ଜଣାଇଥିଲେ। ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସଙ୍କ ସହିତ ତାଙ୍କ ପତ୍ନୀ ବି ଜଗନ୍ନାଥ ମନ୍ଦିରକୁ ଯାଇ ଶ୍ରୀଜୀଉ ଓ ଅନ୍ୟ ପାର୍ଶ୍ବ ଦେବାଦେବୀଙ୍କ ଦର୍ଶନ କରିଥିଲେ। ଓଡ଼ିଶାର ପ୍ରଗତି ଦେଶର ପ୍ରଗତି ତେଣୁ ଓଡ଼ିଶାରେ ଏକପାଖିଆ ନହୋଇ ସୁଶାସନ ହୋଇପାରିବ ସେଦିଗରେ ଧ୍ୟାନ ରହିବ। ଲୋକଙ୍କ ସମସ୍ୟା ଶୁଣିବା ପାଇଁ ୨୪ ଘଣ୍ଟା ରାଜଭବନର ଦ୍ୱାର ଖୋଲା ରହିବ ବୋଲି କହିଛନ୍ତି କରିଥିଲେ ଶ୍ରୀ ଦାସ।

Related posts

ବେକରେ ଦଉଡି ଲଗାଇ ଯୁବକର ଆତ୍ମହତ୍ୟା

mahabharatanews

ବଜ୍ରାଘାତରେ ମହିଳାଙ୍କ ମୃତ୍ୟୁ

mahabharatanews

ସିଏଏଫ୍‌ ଯବାନଙ୍କ ଗଳାକାଟି ହତ୍ୟା କଲେ ଲାଲ୍‌ ବାହିନୀ

mahabharatanews