ଓଡିଶା

ବଦଳିବ ପାଗ ; ରାଜ୍ୟର ସର୍ବନିମ୍ନ ତାପମାତ୍ରା ୧୨.୬ ଡିଗ୍ରି ରେକର୍ଡ 

(ଭୁବନେଶ୍ୱର) : ବଙ୍ଗୋପସାଗର ବାୟୁ ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ମେଘୁଆ ପାଗ ସହ ହାଲୁକା ବର୍ଷା ଲାଗିରହିଛି। ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା ମଧ୍ୟ ସାମାନ୍ୟ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ହିଲ୍‌ ଷ୍ଟେସନ ସିମିଳିଗୁଡ଼ାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୧୨.୬ ଡିଗ୍ରି ରେକର୍ଡ କରାଯାଇଥିବା ବେଳେ କୋରାପୁଟରେ ୧୩, ଜି.ଉଦୟଗିରିରେ ୧୪, ଦାରିଙ୍ଗବାଡିରେ ୧୫, କିରେଇରେ ୧୫.୩ ଓ ଫୁଲବାଣୀରେ ୧୫.୫ ଡିଗ୍ରି ସେଲ୍‌ସିୟସ୍‌ ରେକର୍ଡ ହୋଇଛି।

ସୂଚନାନୁଯାୟୀ ,  ଦକ୍ଷିଣ ଓଡ଼ିଶାର କିଛି ସ୍ଥାନ ସମେତ ବାକି ଅଞ୍ଚଳର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ୩ ଓ ୪ ତାରିଖରେ ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ସୁନ୍ଦରଗଡ଼, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ ଓ ଅଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକର କେତେକ ସ୍ଥାନରେ ହାଲୁକା ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି ।

Related posts

ଅଟୋ ଦୁର୍ଘଟଣାଗ୍ରସ୍ତ, ୧ ମୃତ

mahabharatanews

 ପ୍ରଗତି ପ୍ରିୟଦର୍ଶିନୀ ଅବିକା କ୍ୟାଲେଣ୍ଡର୍‍ ଗ୍ରାଣ୍ଡଫିନାଲେ ବିଜୟିନୀ

mahabharatanews

ରାଜ୍ୟରେ ପୁଣି ବର୍ଷା ଆରମ୍ଭ ,ଆହୁରି ବଢ଼ିବ

mahabharatanews