ଓଡିଶା

ଆସନ୍ତା ୩ ଦିନ କିଛି ସ୍ଥାନରେ ବର୍ଷା ସମ୍ଭାବନା 

(ଭୁବନେଶ୍ୱର) : ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।  ଆସନ୍ତା ୩ ଦିନ ପର୍ଯ୍ୟନ୍ତ ମଧ୍ୟ ଏହି ଦୁଇ ପାଣିପାଗର ନିୟାମକ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିବା ସହ କିଛି କିଛି ସ୍ଥାନରେ ବର୍ଷା ହୋଇପାରେ।

ସୂଚନାନୁଯାୟୀ , ୫ ତାରିଖ ଦିନ ଦକ୍ଷିଣ ଉପକୂଳ ଓଡ଼ିଶା ସମେତ କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହୋଇପା‌ରେ। ୬ ତାରିଖ ଯାଏ ଏହିଭଳି ଭାବେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହାପରେ ୭ରୁ ରାଜ୍ୟର ରାତିର ପାରଦସ୍ତର ଖସିବ ଓ ଥଣ୍ଡା ଫେରିବ ବୋଲି ସୂଚନା ମିଳିଛି।

Related posts

ଆଦିବାସୀ ହୋ-ଭାଷାର ଜନକଙ୍କୁ ଶ୍ରଦ୍ଧାଞ୍ଜଳି

mahabharatanews

ଲଘୁଚାପ ପ୍ରଭାବରେ ବର୍ଷା ସମ୍ଭାବନା, ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

mahabharatanews

୧୬ ନମ୍ୱର୍ ଜାତୀୟ ରାଜପଥରେ ଦୁର୍ଘଟଣା , ୧ ମୃତ

mahabharatanews