ଓଡିଶା

ପୂର୍ବତନ ବାତସ୍ପତି ମହେଶ୍ୱର ମହାନ୍ତିଙ୍କ ପରଲୋକ

(ଭୁବନେଶ୍ୱର) : ଆଖି ବୁଜିଲେ  ପୂର୍ବତନ ବାତସ୍ପତି ମହେଶ୍ୱର ମହାନ୍ତି । ଚିକିତ୍ସାଧିନ ଅବସ୍ଥାରେ ଗତକାଲି ରାତିରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା । ରଜ୍ୟର ଜଣେ ସଫଳ ରାଜନେତା  । ୧୯୯୫  ରୁ ୨୦୧୪ ପର୍ଯ୍ୟନ୍ତ ଲଗାତାର ୫ଥର ବିଧାୟକ ନିର୍ବାଚିତ ହୋଇଥିଲେ ମହେଶ୍ୱର । ପ୍ରଥମେ ଜନତା ଦଳରୁ 1995 ରେ ସେ ବିଧାୟକ ହୋଇଥିଲେ । ଏହା ପରେ ୨୦୦୦ ମସିହା ପର ଠାରୁ ବିଜେଡ଼ି ଦଳରୁ ୨୦୧୪ ପର୍ଯ୍ୟନ୍ତ କ୍ରମାଗତ ଭାବେ ବିଜେଡିରୁ ବିଧାୟକ ହୋଇ ପୁରୀକୁ ପ୍ରତିନିଧିତ୍ବ କରି ଆସୁଥିଲେ ।

ସୂଚନାନୁଯାୟୀ ,  ଗତ ୧ ତାରିଖ ରାତିରେ ମହେଶ୍ୱର ମହାନ୍ତି ଅସୁସ୍ଥ ହୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ । ପ୍ରଥମେ ତାଙ୍କୁ ନ୍ୟୁରୋଲୋଜି ବିଭାଗରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ଭୋର ୩ .୨୫ରେ ତାଙ୍କର ପରଲୋକ ହୋଇଥିବା ସୂଚନା ମିଳିଛି ।

Related posts

୮ ବର୍ଷ ପରେ ଖୋଲିଲା ବାଇଶିପାହାଚ ଆନନ୍ଦବଜାର ଦ୍ବାର

mahabharatanews

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ନୂଆବର୍ଷ ଶୁଭେଚ୍ଛା ଜଣାଇବା ପାଇଁ କେହି ନ ଆସିବାକୁ ଅନୁରୋଧ

mahabharatanews

ରାଜ୍ୟରେ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା

mahabharatanews