ଓଡିଶା

ଆଜି ବନକଲାଗି ନୀତି; ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ 

(ପୁରୀ) : ଆଜି ମହାପ୍ରଭୁଙ୍କ ହେବ ବନକଲାଗି ନୀତି । କାର୍ତ୍ତିକ-କୃଷ୍ଣ ଦଶମୀ ମଳ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିଲାଗି ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ବୁଧବାର ଅପରାହ୍ନ ୫ଟାରୁ ରାତି ୯ଟା ଯାଏଁ ବନ୍ଦ ରହିବ ଜଗା ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନାନୁଯାୟୀ ,  ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ । ରତ୍ନସିଂହାସନ ଆଗରେ ଯେଉଁ ଭୋଗ ବଢାହୁଏ ତା’ର ଗରମବାଷ୍ପ ଯୋଗୁଁ ମୁଖମଣ୍ଡଳର ଉଜ୍ଜଳତା କମିଯାଏ । କସ୍ତୁରୀ ବ୍ୟବହାର ଯୋଗୁଁ ରଙ୍ଗ ଦୀର୍ଘସ୍ଥାୟୀ ହୁଏ । ପ୍ରତି ଗୁରୁବାର ଦ୍ୱିପହର ଧୂପ ପରେ ବନକଲାଗି ନୀତି ହେବାର ବିଧି ରହିଛି ।

Related posts

ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

mahabharatanews

ଭି ସୁଜ୍ଞାନ କୁମାରୀ ଦେଓଙ୍କ ବିୟୋଗରେ କବିସୂର୍ଯ୍ୟନଗର ବିଧାୟିକା ଙ୍କ ଶୋକ

mahabharatanews

ଆସୁଛି ସନ୍ନି ଦେୱଲଙ୍କ ଗଦର -୩

mahabharatanews