ଓଡିଶା

ଇସ୍ତଫା ଦେଲେ ଓଡ଼ିଶା ଉପବାଚସ୍ପତି ରଜନୀକାନ୍ତ ସିଂହ

(ଭୁବନେଶ୍ୱର) : ଇସ୍ତଫା ଦେଲେ ଓଡ଼ିଶା ବିଧାନସଭାର ଉପବାଚସ୍ପତି ରଜନୀକାନ୍ତ ସିଂହ । ଆଜି ସେ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି । ବାଚସ୍ପତିଙ୍କୁ ଭେଟି ନି‌ଜ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି । ଇସ୍ତଫା ସଂପର୍କରେ ରଜନୀକାନ୍ତ ସିଂହଙ୍କ ପ୍ରତିକ୍ରିୟା ଆସିଛି । ସାମ୍ବିଧାନିକ ପଦରେ ଥିବାରୁ ଦଳୀୟ କାର୍ଯ୍ୟ କରିପାରୁନଥିଲି । ଦଳୀୟ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବାକୁ ଇସ୍ତଫା ଦେଇଥିବା କହିଛନ୍ତି ରଜନୀକାନ୍ତ ।

ସୂଚନାନୁଯାୟୀ , ଏହା ହଠାତ୍‌ ନିଷ୍ପତ୍ତି ନୁହେଁ, ବହୁ ଦିନର ନିଷ୍ପତ୍ତି ବୋଲି କହିଛନ୍ତି ସେ ।  ୨୦୦୪ ମସିହାରୁ ଶ୍ରୀ ସିଂହ କ୍ରମାଗତ ଭାବେ ଅନୁଗୁଳ ବିଧାନସଭା ଆସନରୁ ଜିତି ଆସୁଛନ୍ତି । ୨୦୧୯ ଜୁନ୍‌ ମାସରୁ ସେ ଉପବାଚସ୍ପତି ଭାବେ କାର୍ଯ୍ୟ କରୁଛନ୍ତି । ତେବେ ସେ ସାମ୍ବିଧାନିକ ପଦବିରେ ଥିବାରୁ ଦଳୀୟ ସଂଗଠନ କାର୍ଯ୍ୟ ବୁଝିବା ସମ୍ଭବ ନୁହେଁ ।  ପୂର୍ବରୁ ବାଚସ୍ପତି ପଦରୁ ବିକ୍ରମ ଆରୁଖ ଇସ୍ତଫା ଦେଇ ପୁଣି ମନ୍ତ୍ରିମଣ୍ଡଳରେ ସାମିଲ ହେବା ସହ ଜିଲ୍ଲାରେ ଦଳର ସଂଗଠନକୁ ମଜଭୁତ କରିବା ପାଇଁ କାର୍ଯ୍ୟ କରୁଛନ୍ତି ।

 

Related posts

ବିଶିଷ୍ଠ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ 

mahabharatanews

ସତ୍ୟବାନଙ୍କ ଚିନ୍ତା ବଢାଇଲାଣି ଫଳଦର

mahabharatanews

ଧର୍ମଶାଳା ବିଧାୟକ ପ୍ରଣବ ବଳବନ୍ତରାୟଙ୍କୁ ରାଜ୍ୟସରକାର ଦେଇଛନ୍ତି ନୂଆ ଦାୟିତ୍ୱ

mahabharatanews