ଓଡିଶା

ବାଣ ଫୁଟାଇବାକୁ ନେଇ ମାର୍ଗଦର୍ଶିକା ଜାରି

(ଭୁବନେଶ୍ୱର) : ଦିନକୁ ଦିନ ଯାନବାହାନ ସହ ବଢ଼ୁଛି ଭୁବନେଶ୍ବର ପ୍ରଦୂଷଣ। ଦିନକୁ ଦିନ ସ୍ଥିତି ଜଟିଳ ହେଉଥିବା ବେଳେ ଦୀପାବଳିରେ ସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଯିବାର ଆଶଙ୍କା ରହିଛି। ବିଶେଷ କରି ଶିଶୁ, ବରିଷ୍ଠ ନାଗରିକ, ରୋଗୀ ତଥା ସର୍ବସାଧାରଣଙ୍କ ସ୍ବାସ୍ଥ୍ୟ ଓ ପରିବେଶକୁ ଦୃଷ୍ଟିରେ ରଖି ବାଣ ଫୁଟାଇବା ଉପରେ କଟକଣା ଜାରି କରାଯାଇଛି। ଦୀପାବଳିରେ ବାଣ ଫୁଟାଇବାକୁ ନେଇ ମାର୍ଗଦର୍ଶିକା ଜାରି କରିଛି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ।

ସୂଚନାନୁଯାୟୀ ,  ବାରିୟମ ଓ ନିଷିଦ୍ଧ ରସାୟନ ମଧ୍ୟ ଆତସବାଜିରେ ବ୍ୟବହାର ନିଷିଦ୍ଧ ହୋଇଛି। ଉଚ୍ଚ ଶବ୍ଦ ସୃଷ୍ଟି କରୁଥିବା ବାଣ ଫୁଟାଇବା ଉପରେ ସମ୍ପୂର୍ଣ୍ଣ ଭାବେ କଟକଣା ଜାରି କରାଯାଇଥିବା ବେଳେ ୧୨୫ଡେସିବଲରୁ ଅଧିକ ଶବ୍ଦ ସୃଷ୍ଟି କରୁଥିବା ବାଣ ପ୍ରସ୍ତୁତି, ବିକ୍ରି ଓ ବ୍ୟବହାରରୁ ବିରତ ରହିବା ପାଇଁ ମାର୍ଗଦର୍ଶିକାର ଉଲ୍ଲେଖ ରହିଛି। ଏହାଛଡ଼ା ଡାକ୍ତରଖାନା, ଶିକ୍ଷାନୁଷ୍ଠାନ, ନ୍ୟାୟାଳୟ, ଧାର୍ମିକ ସ୍ଥଳର ୧୦୦ ମିଟର ପରିସୀମାରେ ବାଣ ଫୁଟାଇବାକୁ ବାରଣ କରାଯାଇଛି। ସେହିପରି ଖୋଲାସ୍ଥାନରେ ସବୁଜ ବାଣ ଫୁଟାଇପାରିବେ ବୋଲି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ କୁହାଯାଇଛି।

Related posts

ମଣିଷ ଜୀବନ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ: ମୁଖ୍ୟମନ୍ତ୍ରୀ

mahabharatanews

କଣିହାରେ ଆକ୍ଟିଭ ମିଡିଆ ୟୁଥ କ୍ଲବ ପକ୍ଷରୁ ବନ୍ଧୁମିଳନ

mahabharatanews

ଖେମୁଣ୍ଡି କଲେଜ ରେ ଅଧ୍ୟାପକ ଓ କର୍ମଚାରୀ ଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

mahabharatanews