ଓଡିଶା

୧୬ରେ ପ୍ରବଳ ବର୍ଷା ସମ୍ଭାବନା  

(ଭୁବନେଶ୍ୱର) : ୧୫ ନଭେମ୍ବରରେ ଆସୁଛି ଆଉ ଏକ ଲଘୁଚାପ । ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପରେ ପଶ୍ଚିମ-ଉତ୍ତର-ପଶ୍ଚିମକୁ ଗତି କରିବ । ଯାହା ୧୬ ତାରିଖ ବେଳକୁ ଅଧିକ ଘନୀଭୂତ ହେବାର ଆଶଙ୍କା ରହିଛି । ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହାର ପ୍ରଭାବରେ ୧୬ ତାରିଖ ବେଳକୁ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।  ତେବେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ତାପମାତ୍ରା ଆହୁରି କମିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ସୂଚନାନୁଯାୟୀ , ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ । ଏହି ଲଘୁଚାପ ପ୍ରଭାବରେ ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ତି, ଭଦ୍ରକ, ବାଲେଶ୍ୱର, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଉପକୂଳ ଓଡ଼ିଶା ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ସୃଷ୍ଟି ହେବା ନେଇ ଆଞ୍ଚଳିକ ପାଣିପାଗ ପକ୍ଷରୁ ସୂଚନା ଯାରିକରାଯାଇଛି ।

Related posts

୨୨ ଲକ୍ଷ ଟଙ୍କାରେ ୩୧ କ୍ୱିଣ୍ଟାଲର ଲଡ଼ୁ

mahabharatanews

ସେପ୍ଟେମ୍ବର ୨୨ରେ ହେବ ବାଚସ୍ପତି ନିର୍ବାଚନ

mahabharatanews

ଧାମ ମଣ୍ଡି ଉଦଘାଟିତ

mahabharatanews