ଓଡିଶା

ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

(ଭୁବନେଶ୍ୱର) : ରାଜ୍ୟରେ ଆଜିଠୁ ବଦଳିବ ପାଗ । ଦକ୍ଷିଣ-ପୂର୍ବ ବଙ୍ଗୋପସାଗରର ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମ-ଉତ୍ତର ପଶ୍ଚିନ ଦିଗରେ ଗତି କରିବ । ୧୬ ତାରିଖରେ ଏହା ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବା ନେଇ ସମ୍ଭାବନା ରହିଛି । ଏହାର ପ୍ରଭାବରେ 15 ତାରିଖ ଠାରୁ 18 ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି । ୧୬ତାରିଖ ଠାରୁ ରାଜ୍ୟରେ ବର୍ଷାର ବିସ୍ତ୍ୟତି ବଢ଼ିବା ସହ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର ଅଶାନ୍ତ ରହିବ । ତେଣୁ ଆଜି ଠାରୁ ଆସନ୍ତା ୧୯ତାରିଖ ପର୍ଯ୍ୟନ୍ତ ଗଭୀର ସମୁଦ୍ର ମଧ୍ୟକୁ ନଯିବା ପାଇଁ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି ।

ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ୧୬ ତାରିଖ ବେଳକୁ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବାର ସମ୍ଭାବନା ରହିଛି । ଯାହା ପ୍ରଭାବରେ ଆସନ୍ତାକାଲିଠୂ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି, ଏନେଇ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଲଘୁଚାପ ପ୍ରଭାବରେ ଆଶାନ୍ତ ରହିବ ସମୁଦ୍ର, ଘଣ୍ଟା ପ୍ରତି ୫୫ରୁ ୬୫ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି, ଯେଉଁଥିପାଇଁ ସମୁଦ୍ର ମଧ୍ୟକୁ ମତ୍ସ୍ୟଜୀବୀଙ୍କୁ ନ ଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି ।

Related posts

୨୪ ଘଣ୍ଟାରେ କାଳବୈଶାଖୀ ସମ୍ଭାବନା

mahabharatanews

ଅକ୍ଟୋବର ୩୦ ରୁ ନଭେମ୍ବର ୧୦ ରେ ଯାଞ୍ଚ ହେବ ଚାଉଳ

mahabharatanews

ମଂଚେଶ୍ୱର ଥାନା ଅଧୀନ ସମେଇଗାଡ଼ିଆ ମସାଣି ନିକଟରେ ସନ୍ଦେହଜନକ ଅବସ୍ଥାରେ ଯୁବକଙ୍କ ମୃତ ଦେହ ଉଦ୍ଧାର

mahabharatanews