ଓଡିଶା

 ବୋରୱେଲରେ ଖସି ପଡ଼ିଥିବା ୮୦ ବର୍ଷୀୟ ବୃଦ୍ଧା ଉଦ୍ଧାର

 (ସୁବର୍ଣ୍ଣପୁର) : ଉଦ୍ଧାର ଗଭୀର ବୋରୱେଲରେ ଖସି ପଡ଼ିଥିବା ୮୦ ବର୍ଷୀୟ ବୃଦ୍ଧା। ତାଙ୍କୁ ଅଗ୍ନିଶମ ବାହିନୀ ଉଦ୍ଧାର କରିବା ପରେ ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ଚିକିତ୍ସା ଲାଗି ନିଆଯାଉଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା କେମିତି ଅଛି ତାହା ଜଣାପଡ଼ିନାହିଁ।

ସୂଚନାନୁଯାୟୀ , ଗତକାଲି ରାତିରୁ ବୃଦ୍ଧ ମହିଳା ୨୦ ଫୁଟ ତଳେ ଥିବା ସୂଚନା ମିଳିଥିଲା। ବୋରୱେଲରେ ଖସିପଡିଥିବା ବୃଦ୍ଧା ଜଣକ ହେଲେ ଦୁଖୀ ନେଗୀ । ସୋନପୁର ଓ ତରଭା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ବୃଦ୍ଧାଙ୍କ ପାଖରେ ଅକ୍ସଜେନ୍ ପଠାଯାଇଛି। ଏଣେ ଆଉ ଏକ ଗାତ ଖୋଳା ଚାଲିଛି। ତେଣେ ଏନଡିଆରଏଫ୍ ଟିମ୍ ବି ଘଟଣାସ୍ଥଳକୁ ଯାଇଥିଲେ।

Related posts

ପାଣ୍ଠି ବୃଦ୍ଧି କରିବା ନେଇ ଗୃହରେ ସରଗରମ ଆଲୋଚନା

mahabharatanews

ବଢୁଛି ତାତି; ଆହୁରି ୨ଦିନ ସିଝିବେ ରାଜ୍ୟବାସୀ  

mahabharatanews

ରାସନ ଓ ସାବୁନ ବାଣ୍ଟିବା ନାଁରେ,ବାଣ୍ଟିବେ କି କୋରୋନା?

mahabharatanews