ଓଡିଶା

୧୭ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା; ୟେଲୋ ୱାର୍ଣ୍ଣିଂ ଜାରି 

(ଭୁବନେଶ୍ୱର) :  ଅବପାତରେ ପରିଣତ ହେଲା ଲଘୁଚାପ । କ୍ରମଶଃ ଘନୀଭୂତ ହୋଇ ଗଭୀର ଅବପାତ ରୂପ ନେଇପାରେ । ଏହା ପ୍ରଭାବରେ ରାଜ୍ୟରେ ଆଜିଠୁ ବର୍ଷା ଆରମ୍ଭ ହେବ । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି । ୧୫ରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, ରାୟଗଡ଼ା, ଜଗତସିଂହପୂର , ପୁରୀରେ ହାଲୁକା ବର୍ଷା ରହିବ । ୧୬  ରେ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକରେ ସର୍ବାଧିକ ବର୍ଷା ସମ୍ଭାବନା ରହିଛି । ଏଥିସହ ପାର୍ଶ୍ଵବର୍ତ୍ତୀ ଜିଲ୍ଲା କଟକ, ଖୋର୍ଦ୍ଧା , ପୁରୀ , ଗଞ୍ଜାମ, ଯାଜପୁର , ବାଲେଶ୍ଵର, ଢେ଼ଙ୍କାନାଳରେ ବର୍ଷାର ସମ୍ଭାବନା ରହିଛି । ୧୭ରେ ଉତ୍ତର ଉପକୂଳ ଓଡିଶାର ବାଲେଶ୍ଵରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସୂଚନାନୁଯାୟୀ , ଆଜି ଲଘୁଚାପ ଅବପାତରେ ପରିଣତ ହୋଇଛି । ୧୬ରେ ଏହା ଗଭୀର ଅବପାତର ରୂପ ନେଇ ଓଡିଶା ଉପକୂଳ ଛୁଇଁବ । ଧୀରେ ଧୀରେ ଏହାର ଗତିପଥ ବଦଳିବ । ଉତ୍ତର ପଶ୍ଚିମ ଦିଗରେ ଏହା ଗତିପଥ ବଦଳାଇବ । ଏହାର ପ୍ରଭାବରେ ୧୫ ରେ ହାଲୁକାରୁ ମଧ୍ୟମ ଧାରଣର ବର୍ଷା ହେବ । ଏହା ପରେ ୧୬ରେ ବର୍ଷାର ପ୍ରଭାଵ ସର୍ବାଧିକ ରହିବ । ସେହିଭଳି ୧୭ରେ ଉତ୍ତର ଉପକୂଳ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Related posts

ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପାଣ୍ଠିରୁ ୧୪ କୋଟି ୭୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ୯ଟି ପ୍ରକଳ୍ପର ଶୁଭ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

mahabharatanews

ବନ୍ଦ ଘରେ କଳାକନା ବୁଲାଇ ଲକ୍ଷାଧିକ ଟଙ୍କାର ସୁନା ଗହଣା ଚୋରି କରି ନେଲେ ଦୁର୍ବୁତ୍ତ

mahabharatanews

ଚନ୍ଦ୍ରଭାଗା ବେଳାଭୁମିରେ ମେକ ଇନ ଓଡିଶା ଓ ଭାରତୀୟ କଳା ସସ୍କୃତି ଜୀବନ୍ତ ହୋଇଛି

mahabharatanews