ଓଡିଶା

ବଦଳିଲା ପାଗ ,କିଛି ଜିଲ୍ଲାରେ ବର୍ଷା ସମ୍ଭାବନା 

(ଭୁବନେଶ୍ୱର) :  ଆଜି ଠୁ ରାଜ୍ୟରେ ବଦଳିବ ପାଗ । ଦୁଇ ଦିନ ଧରି ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିବ । ଆଜି ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ପଶ୍ଚିମାଝଡ଼ ଓ ପୂର୍ବାଳୀ ତରଙ୍ଗାୟିତ ବାୟୁ ପ୍ରବାହ ପ୍ରଭାବରେ ବର୍ଷା ସହ ବଜ୍ରପାତ ହେବା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ସୂଚନାନୁଯାୟୀ ,  ଆଜି ୧୭ଟି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହୋଇପାରେ । ଏହିସବୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏହା ପରେ ଆସନ୍ତା କାଲି ଅର୍ଥାତ୍ ମଙ୍ଗଳବାର ଦିନ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଂଜ, ବାଲେଶ୍ୱର ଓ ଭଦ୍ରକରେ ହାଲୁକାରୁ ମଧ୍ୟମ ଧରରଣ ବର୍ଷା ହେବାର ସମ୍ଭାବନା ଅଧିକ । ଏହାସହ ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, କଟକ ଓ ନବରଙ୍ଗପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଆସନ୍ତାକାଲି ବର୍ଷା ହୋଇପାରେ ।

Related posts

ଆଲୋକ ମହିଳା ସ୍ୱୟଂ ସଂହାୟକ ଗୋଷ୍ଠୀଙ୍କୁ ତାଲିମ ଦେବାକୁ ଦାବି

mahabharatanews

ଲାଲବାହିନୀର ହିଂସା: ଜାଳିଦେଲେ ଏକ ବସ ସହ ୩ଗାଡି

mahabharatanews

ରାସ୍ତା କଡକୁ ଓଲଟିଲା କାର, କାର ଛାଡି ଚାଲିଗଲେ ଡ୍ରାଇଭର

mahabharatanews