(ଭୁବନେଶ୍ୱର) : ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ହୋଇ ଗତିକରୁଛି। ଫଳରେ ଆଜି ଜଗତସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଧା, ପୁରୀ, ଗଜପତି, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପାଗ ମେଘୁଆ ରହିବା ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।
ସୂଚନାନୁଯାୟୀ , ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ତାପମାତ୍ରା ପରିବର୍ତ୍ତନର ବିଶେଷ ସମ୍ଭାବନା ନାହିଁ। ଫଳରେ ଏବେ ଶୀତ ପ୍ରକୋପ ଅପେକ୍ଷାକୃତ କମ ରହିବ। ଆସନ୍ତାକାଲି ରାଜଧାନୀ ଭୁବନେଶ୍ବର ଓ ସଂଲଗ୍ନ ଅଞ୍ଚଳଗୁଡ଼ିକର ପାଗ ଆଂଶିକ ମେଘୁଆ ରହିବ। କିଛି ଜିଲ୍ଲାରେ ପାଗ ମେଘୁଆ ରହିବା ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।
